ମବ୍ ଲିଞ୍ଚିଙ୍ଗ୍ ଚିନ୍ତା, ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାର ଗଠନ କଲେ ଦୁଇଟି କମିଟି

ନୂଆଦିଲ୍ଲୀ: ମବ୍ ଲିଞ୍ଚିଙ୍ଗ୍ ରୋକିବାକୁ କଣ କରାଯିବା ଉଚିତ। ସ୍ୱତନ୍ତ୍ର ଆଇନର ଆବଶ୍ୟକତା ରହିଛି କି? ଏସବୁର ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାର ଗଠନ କରିଛନ୍ତି ଦୁଇଟି କମିଟି। କେନ୍ଦ୍ର ଗୃହ ସଚିବଙ୍କ ଅଧ୍ୟକ୍ଷତାରେ ଏକ ୪ ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଏହାସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଉ ଏକ ମନ୍ତ୍ରିସ୍ତରୀୟ କମିଟି ଗଠନ ହୋଇଛି। ଉଚ୍ଚସ୍ତରୀୟ କମିଟିର ରିପୋର୍ଟକୁ ଅନୁଧ୍ୟାନ କରିବ ମନ୍ତ୍ରୀ ସ୍ତରୀୟ କମିଟି।

ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଗଠିତ ମନ୍ତ୍ରୀ ସ୍ତରୀୟ କମିଟିରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜ, ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ସଦସ୍ୟ ଅଛନ୍ତି। ମନ୍ତ୍ରୀ ସ୍ତରୀୟ କମିଟି ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ ଦେବ। ଦେଶରେ ମବ୍ ଲିଞ୍ଚିଙ୍ଗ ସଂଖ୍ୟା ବଢି ବଢି ଚାଲିଛି।

ଅନିୟନ୍ତ୍ରିତ ଭିଡ଼ର ହିଂସାକୁ ନେଇ ସୁପ୍ରିମକୋର୍ଟ କଡ଼ା ଆପତ୍ତି ଉଠାଇଥିଲେ। ନୂଆ ଆଇନ ଗଠନ ନେଇ ବିଚାର କରିବାକୁ କହିଥିଲେ। ଏହାସହ ବଢୁଥିବା ହିଂସାକୁ ନେଇ ବିରୋଧୀ ସରକାରଙ୍କୁ ବାରମ୍ବାର ଘେରୁଛନ୍ତି। ଶେଷରେ ଏହାକୁ ରୋକିବାକୁ କଣ କରାଯାଇ ପାରିବ, ତାର ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାର କମିଟି ଗଠନ କରିଛନ୍ତି।

KNews Bureau

Recent Posts

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

1 min ago

ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

13 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

20 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

22 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

40 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago