କେନ୍ୟୁଜ୍(ବ୍ୟୁରୋ): ବାଜିଲା ନିର୍ବାଚନ ବିଗୁଲ। ମଇଦାନ କମ୍ପାଇବେ ରାଜନୈତିକ ଦଳ। ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଆଞ୍ଚଳର ନିର୍ବାଚନ ପାଇଁ ପ୍ରେସମିଟରେ ତାରିଖ ଘୋଷଣା କଲେ କେନ୍ଦ୍ର ମୁଖ୍ୟ ନିର୍ବାଚନ କମିଶନର।
୨୭ ମାର୍ଚ୍ଚରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ୧ ଏପିଲରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୬ ଏପ୍ରିଲରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ,ଏପ୍ରିଲ ୧୦ରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ, ଏପ୍ରିଲ ୧୭ରେ ପଞ୍ଚମ ପର୍ଯ୍ୟାୟ, ଏପ୍ରିଲ ୨୨ରେ ଷଷ୍ଠ ପର୍ଯ୍ୟାୟ,ଏପ୍ରିଲ ୨୬ରେ ସପ୍ତମ ପର୍ଯ୍ୟାୟ, ଏପ୍ରିଲ ୨୯ରେ ଅଷ୍ଟମ ପର୍ଯ୍ୟାୟ ନିର୍ବାଚନ ହେବ।
କେରଳ ,ତାମିଲନାଡୁ ଓ ପୁଡୁଚେରୀରେ ଗୋଟିଏ ପର୍ଯ୍ୟାୟ ନିର୍ବାଚନ ହେବ । ସେହିପରି ଆସାମରେ ୩ଟି ପର୍ଯ୍ୟାୟରେ ନିର୍ବାଚନ ହେବ ଓ ପଶ୍ଚିମବଙ୍ଗରେ ୮ଟି ପର୍ଯ୍ୟାୟରେ ନିର୍ବାଚନ ହେବ ଓ ମେ ୨ରୁ ୪ ରାଜ୍ୟ ଓ ପୁଡୁଚେରୀର ରେଜଲ୍ଟ ବାହାରିବ ବୋଲି ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି। କିନ୍ତୁ ଆଜିର ବିଜ୍ଞପ୍ତିରେ ପିପିଲି ନିର୍ବାଚନ ପାଇଁ କୌଣସି ତାରିଖ ଘୋଷଣା ହାଇ ନାହିଁ। ପରେ ପିପିଲି ଆସନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସୂଚନା ମିଳିଛି
କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…
ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…
ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ଅସହ୍ୟ…
ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…