ଗୁଜରାଟରେ ଗୁରଗାଓଁର ପୁନରାବୃତ୍ତି: ସ୍କୁଲ ଟଏଲେଟ୍‌ରୁ ଛାତ୍ରଙ୍କ ରକ୍ତ ଜୁଡୁବୁଡୁ ମୃତ ଦେହ ଉଦ୍ଧାର

ଗୁଜରାଟ : ଗୁଜରାଟରେ ଗୁରଗାଓଁର ପୁନରାବୃତ୍ତି । ସ୍କୁଲ ଟଏଲେଟ୍‌ରୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ରକ୍ତ ଜୁଡୁବୁଡୁ ମୃତ ଦେହ ଉଦ୍ଧାର ହୋଇଛି । ପେଟରେ ଛୁରୀ ଭୁଷି ଛାତ୍ରଙ୍କୁ ହତ୍ୟା କରାଯାଇଛି । ଘଟଣା ଘଟିଛି ଗୁଜରାଟ ବଦୋଦରାର ଏକ ସ୍କୁଲରେ । ଦୁଇ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳରୁ ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତ ପରେ ପୋଲିସ ସୂଚନା ଦେଇଛି । ତେବେ ଏ ନେଇ କୌଣସି ଠୋସ୍‌ ପ୍ରମାଣ ମିଳିନାହିଁ । ସ୍କୁଲର ସୁରକ୍ଷା ବ୍ୟବସ୍ଥା ଯାଂଚ କରିବା ସହ ସିସିଟିଭି ଫୁଟେଜ ଆଧାରରେ ପୋଲିସ ତନାଘନା ଆରମ୍ଭ କରିଛି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଗତବର୍ଷ ସେପ୍ଟେମ୍ବର ମାସରେ ଗୁରୁଗାଓଁର ଏକ ସ୍କୁଲରେ ସମାନ ଘଟଣା ଘଟିଥିଲା । ସ୍କୁଲ ଟଏଲେଟ୍‌ରୁ ଜଣେ ୭ ବର୍ଷ ବାଳକର ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାରେ ପ୍ରଥମେ ସ୍କୁଲ ବସ୍‌ ଡ୍ରାଇଭରକୁ ଗିରଫ କରାଯାଇଥିଲା । ପରେ ସେହି ସ୍କୁଲର ଜଣେ ୧୬ ବର୍ଷର ଛାତ୍ର ହତ୍ୟା କରିଥିବା ଜଣାପଡିଥିଲା ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago