ଦିଲ୍ଲୀରେ ମୋଦି-ନବୀନ ଭେଟଘାଟ୍ : ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ହେଲା ଆଲୋଚନା

ନୂଆଦିଲ୍ଲୀ : ମୋଦି-ନବୀନ ଭେଟଘାଟ୍ । ତିନି ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପିଏମ୍ ମୋଦିଙ୍କୁ ଭେଟିଛନ୍ତି । ପ୍ରାୟ ୩୦ ମିନିଟ୍ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ରାଜ୍ୟ ସ୍ୱାର୍ଥ ସମ୍ବଳିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗରେ କୌଣସି କଥାବାର୍ତ୍ତା ହୋଇନଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ସନ୍ଧ୍ୟା ୬ଟା ୩୦ ମିନିଟ୍ରେ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବେ ନବୀନ ।
ଆସନ୍ତାକାଲି ବିଭିନ୍ନ ଯୋଜନା ନେଇ କେନ୍ଦ୍ର ସରକାରଙ୍କ ଅଧିକାରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଜୁନ ୧ ତାରିଖ ସାଢ଼େ ଗୋଟାଏରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ।