ଜାମ୍ମୁ-କାଶ୍ମୀରର ସ୍ଥିତିକୁ ନେଇ ତିବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ଗତକାଲି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ୧୦ଟି ଦଳର ନେତା କାଶ୍ମୀର ଗସ୍ତରେ ଯାଇ ବିମାନବନ୍ଦରରୁ ଫେରିବା ପରେ ପ୍ରିୟଙ୍କା ଗାନ୍ଧୀ ଟ୍ଵିଟ୍ କରି କେନ୍ଦ୍ର ସରକାରଙ୍କୁ କଡା ଭାଷାରେ ସମାଲୋଚନା କରିଛନ୍ତି। କହିଛନ୍ତି, କାଶ୍ମୀରରେ ଗଣତନ୍ତ୍ରର ହତ୍ୟା ହୋଇଛି। କାଶ୍ମୀରରେ ଲୋକଙ୍କ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନ ହୋଇଛି। ଏହାଠାରୁ ଆଉ ଅଧିକ ଦେଶ ବିରୋଧୀ କାର୍ଯ୍ୟ ଆଉ କଣ ହୋଇପାରେ ବୋଲି ପ୍ରିୟଙ୍କା ପ୍ରଶ୍ନ କରିଛନ୍ତି।
ଏହା ବିରୋଧରେ ସମସ୍ତେ ସ୍ୱର ଉତ୍ତୋଳନ କରିବା ଆବଶ୍ୟକ ବୋଲି ସେ ଆହ୍ଵାନ ଦେଇଛନ୍ତି। ଏଥିସହ ସୋସିଆଲ ମିଡିଆରେ ଏକ ଭିଡିଓ କ୍ଲିପ୍ ମଧ୍ୟ ଛାଡିଛନ୍ତି। ଏଥିରେ ଜଣେ ମହିଳା ରାହୁଲ ଗାନ୍ଧୀଙ୍କୁ ତାଙ୍କ ସମସ୍ୟା ସଂପର୍କରେ କହୁଛନ୍ତି। ଶ୍ରୀନଗରରୁ ରାହୁଲ ବିମାନରେ ଫେରିବା ବେଳେ ମହିଳା ଜଣଙ୍କ ତାଙ୍କ ସହ କଥା ହେଉଛନ୍ତି।
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…