ଦେବ ଦୂତ ସାଜି ଆସିଲେ ପୋଲିସ କର୍ମଚାରୀ, ଟ୍ରେନରୁ ପଡ଼ିଯାଇଥିବା ବ୍ୟକ୍ତିଙ୍କ ବଞ୍ଚାଇଲେ ଜୀବନ

ଏକ ଅନୁପ୍ରାଣିତ କରିବା ଭଳି ଘଟଣା ଘଟିଛି ମଧ୍ୟପ୍ରଦେଶ ହୋସଙ୍ଗାବାଦରେ । ବ୍ୟକ୍ତି ଜଣଙ୍କ ଟ୍ରେନ୍ରୁ ପଡ଼ିଯାଇଥିଲେ । ଟ୍ରେନ୍ ଟ୍ରାକକୁ ଆମ୍ବୁଲାନ୍ସ ପହଞ୍ଚିବା ସମ୍ଭବ ନଥିଲା । ଟ୍ରେନ୍ ଟ୍ରାକରୁ ରେଳ ଫାଟକ ଦୂରତା ଥିଲା ପାଖାପାଖି ୨ କିଲୋମିଟର । ବ୍ୟକ୍ତିଙ୍କ ଜଣଙ୍କ ଆହତ ଅବସ୍ଥାରେ ରେଳ ଲାଇନ୍ ପାଖରେ ପଡ଼ିଥିବା ବଳେ ସେଠାରେ ନିୟୋଜିତ ଥିବା କନଷ୍ଟେବଳ ପୁନମ୍ ବିଲୋରେ ପହଞ୍ଚିଥିଲେ ।

ଆହତଙ୍କୁ କାନ୍ଧରେ ବୋହି ରେଳ ଫାଟକ ନିକଟକୁ ନେଇ ଯାଇଥିଲେ । ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ବିଲୋରେ କହିଛନ୍ତି, ବ୍ୟକ୍ତି ଜଣଙ୍କ ଅବସ୍ଥା ଗୁରୁତର ଥିଲା । ତାଙ୍କ ଜୀବନ ବଞ୍ଚାଇବାର ଥିଲା । ଘଟଣାସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚି ପାରିନଥିବାରୁ ସେ ବାଧ୍ୟ ହୋଇ କାନ୍ଧରେ ଟେକି ନେଇଯାଇଥିଲେ । ଏପରି କାର‌୍ୟ୍ୟ ପାଇଁ ବିଲୋରେଙ୍କୁ ବିଭିନ୍ନ ମହଲରୁ ପ୍ରଶଂସା ମିଳୁଛି ।

KNews Bureau

Recent Posts

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

6 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

29 mins ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

39 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

43 mins ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

46 mins ago

ଚଳଚଞ୍ଚଳ ରଥ ଖଳା, ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍‌): ଦ୍ରୁତ ଗତିରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଚଳଚଞ୍ଚଳ ରଥ ଖଳା l ତିନି…

54 mins ago