Below header

ଭାରତରେ ଚାରି ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା, ୧୨ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ଚାରି ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା। ବର୍ତ୍ତମାନ ସୁଦ୍ଧା ୪୧୪ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌ । ୧୨ ହଜାରରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସୁସ୍ଥ ହୋଇ ଫେରିଛନ୍ତି ୧ହଜାର ୪୮୯ । ବିଭିନ୍ନ ହସ୍ପିଟାଲରେ ୧୦ହଜାର ୪୭୭ ଜଣ ଚିକିତ୍ସାଧୀନ ଅଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସବୁଠୁ ଅଧିକ ଚିନ୍ତା ବଢାଇଛି ମହାରାଷ୍ଟ୍ର। ଏଠାରେ ୨୯୧୬ଜଣ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୧୮୭ ଛୁଇଁଲାଣି। ଦିଲ୍ଲୀ, ତାମିଲନାଡୁ, ରାଜସ୍ଥାନ, ଉତ୍ତରପ୍ରଦେଶ, ତେଲେଙ୍ଗାନା, ମଧ୍ୟପ୍ରଦେଶରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.