ଦେଶରେ ଆଜି ବଢ଼ିଲା ଦୈନିକ କରୋନା ସଂକ୍ରମଣ : ଗତ ୨୪ ଘଣ୍ଟା ମଧ୍ୟରେ ୧୮,୮୧୯ ନୂଆ ଆକ୍ରାନ୍ତ ଚିହ୍ନଟ, ୩୯ ମୃତ

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମଣ ୧୮ ହଜାର ପାର୍‌। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮ ହଜାର ୮୧୯ । ୩୯ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌। ୧ଲକ୍ଷ ଟପିଲା ଆକଟିଭ୍‌ କେସ୍‌ । ୧ଲକ୍ଷ ୪ହଜାର ୫୫୫କୁ ବୃଦ୍ଧି ପାଇଛି। ଡେଲି ପଜିଟିଭିଟି ରେଟ୍‌ ରହିଛି ୪. ୧୬ ପ୍ରତିଶତ।

ରାଜ୍ୟରେ ଲଗାତାର ୩ ଦିନ ଧରି ୧୦୦ ଉପରେ ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ୧୫୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୯ ଓ କଟକରୁ ୧୬ଜଣ ନୂଆ ଆକ୍ରାନ୍ତ ରହିଛନ୍ତି। ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୭୨୯କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୭୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.