କରୋନା ଭାଇରସ୍‌କୁ ବିଶ୍ୱ ସ୍ୱାସ୍ଥ୍ୟ ଜରୁରୀ କାଳିନ ପରିସ୍ଥିତି ଘୋଷଣା କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ନୂଆଦିଲ୍ଲୀ: କରୋନା ଭାଇରସ୍‌କୁ ବିଶ୍ୱ ସ୍ୱାସ୍ଥ୍ୟ ଜରୁରୀ କାଳିନ ପରିସ୍ଥିତି ଘୋଷଣା କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ- WHO । ଏପରି ଭାଇରସ୍‌ର ମୁକାବିଲା ପାଇଁ ଅନ୍ତରାଷ୍ଟ୍ରୀୟ ସ୍ତରରେ ସମନ୍ଵୟ ରକ୍ଷା ପାଇଁ ଏପରି ପଦକ୍ଷେପ ଗ୍ରହଣ କରାଯାଇଥିବା WHO ପକ୍ଷରୁ କୁହାଯାଇଛି । ତେବେ ଚୀନରେ ଯାହା ଘଟୁଛି ସେଥିଯୋଗୁଁ ନୁହେଁ ବରଂ ଅନ୍ୟାନ୍ୟ ଦେଶରେ ରୋଗର ପ୍ରାଦୁର୍ଭାବକୁ ନଜରରେ ରଖି ଏହି ଘୋଷଣା କରାଯାଇଥିବା WHO ମୁଖ୍ୟ ଟେଡ୍ରୋସ ଆଧାନମ ଘେବ୍ରେୟେସସ୍‌ କହିଛନ୍ତି। ଯେଉଁ ଦେଶରେ ସ୍ୱାସ୍ଥ୍ୟ ବ୍ୟବସ୍ଥାର ସ୍ଥିତି ଭଲ ନାହିଁ, ସେପରି ଦେଶରେ କିପରି କରୋନା ଭାଇରସ୍‌କୁ ରୋକାଯାଇ ପାରିବ । ସମସ୍ତଙ୍କୁ ଏକାଠି ହୋଇ ଏପରି ଭାଇରସ୍‌ ବ୍ୟାପିବାକୁ ରୋକିବା ପାଇଁ ପଦକ୍ଷେପ ନେବା ଆବଶ୍ୟକ ବୋଲି ଟେଡ୍ରୋସ୍‌ ଆଧାନମ କହିଛନ୍ତି ।

କରୋନା ଭାଇରସ୍‌ ଯୋଗୁ ଚୀନ୍‌ରେ ସ୍ଥିତି ସାଂଘାତିକ ହେଲାଣି । ବର୍ତ୍ତମାନ ସୁଦ୍ଧା ଚୀନ୍‌ରେ ମୃତ୍ୟୁ ସଂଖ୍ୟା ୨୧୩ରେ ପହଞ୍ଚିଛି । ଦେଶରେ ୯ ହଜାରରୁ ଅଧିକ ଲୋକ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି । ଚୀନ୍‌ର ହୁେଓ୍ଵଇ ପ୍ରଦେଶ ସବୁଠୁ ଅଧିକ ପ୍ରଭାବିତ ହୋଇଥିବାରୁ ଏହି ପ୍ରଦେଶର ସମସ୍ତ ସହର ଅଚଳ ହୋଇଯାଇଛି । ହୁେଓ୍ଵଇରେ ୪୨ଟି ନୂଆ ମାମଲା ସାମ୍ନାକୁ ଆସିଛି । ଚୀନ୍‌ର ୧୭ଟି ସହରରେ ସ୍ଥିତି ଅଣାୟତ୍ତ ହୋଇଛି ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

4 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

19 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

32 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

32 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago