ଆଜିଠାରୁ ଏମବିବିଏସ ଓ ବିଡିଏସ ପାଠ୍ୟକ୍ରମ ପାଇଁ ନାମଲେଖା ଆରମ୍ଭ

ନୂଆଦିଲ୍ଲୀ(କେନ୍ୟୁଜ୍): ଏମବିବିଏସ ଓ ବିଡିଏସ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେବ କାଉନସେଲିଂ । ଏଥିପାଇଁ ଆଜିଠାରୁ ଆରମ୍ଭ ହେବ ଅନ୍‌ଲାଇନ୍‌ ରେଜିଷ୍ଟ୍ରେସନ୍‌। ନିଟ୍‌ ର‍୍ୟାଙ୍କଧାରୀ ଛାତ୍ରଛାତ୍ରୀ ojee.nic.in ଓ odishajee.comରେ ଲଗ୍‌ ଅନ୍‌ କରି ରେଜିଷ୍ଟ୍ରେସନ୍‌ କରିବେ। ଏହି ପ୍ରକ୍ରିୟା ୨୫ ତାରିଖ ରାତି ୧୨ଟା ପର୍ଯ୍ୟନ୍ତ ଚାଲିବ। ଏହାପରେ ୨୬ ତାରିଖରୁ ୨୯ ତାରିଖ ଯାଏଁ ନୋଡାଲ ସେଣ୍ଟରଗୁଡ଼ିକରେ ଡକ୍ୟୁମେଣ୍ଟ ଭେରିଫିକେସନ୍‌ କରାଯିବ । ଦେଶର ସମସ୍ତ ସରକାରୀ ଓ ଘରୋଇ ମେଡିକାଲ କଲେଜ ସମେତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓ ଏକକ ବିଶ୍ୱବିଦ୍ୟାଳୟରେ ୧୫ ପ୍ରତିଶତ ସର୍ବଭାରତୀୟ କୋଟା ଓ ୮୫ ପ୍ରତିଶତ ରାଜ୍ୟ କୋଟା ପୂରଣ ପାଇଁ ଓଜେଇଇ କର୍ତ୍ତୃପକ୍ଷ କାଉନସେଲିଂ କରିବେ। ପ୍ରଥମ ପର୍ଯ୍ୟାୟ ମେରିଟ୍‌ ତାଲିକା ଜୁଲାଇ ୧ ତାରିଖରେ ପ୍ରକାଶ ପାଇବ । ଏହାପରେ ଛାତ୍ରଛାତ୍ରୀ ଚଏସ ଫିଲିଂ ଓ ଲକିଂ କରିପାରିବେ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago