ଦେଶ ବିଦେଶ

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଅନ୍ତରୀଣ ଜାମିନ୍‌ ଖାରଜ

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ରାଉସ୍ ଆଭେନ୍ୟୁ କୋର୍ଟରୁ ମିଳିଛି ବଡ଼ ଝଟ୍‌କା । କୋର୍ଟ ସିଏମ୍ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ଖାରଜ କରିଛନ୍ତି । କେଜ୍ରିୱାଲ ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ସାତ ଦିନର ମଧ୍ୟବର୍ତ୍ତୀକାଳୀନ ଜାମିନ ମାଗିଥିଲେ ।

ଏହି ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି । କୋର୍ଟ କହିଛନ୍ତି ଯେ ଜେଲ ପ୍ରଶାସନ କେଜ୍ରିୱାଲଙ୍କ ଅସୁସ୍ଥତା ସମ୍ବନ୍ଧରେ ଯାଞ୍ଚ କରନ୍ତୁ । ଏହି ପ୍ରକାରେ କାହାକୁ ଜାମିନ ମିଳିବ ନାହିଁ । ସେପଟେ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ବିରୋଧ କରି ଇଡି କହିଛି ଯେ କେଜ୍ରିୱାଲ କୋର୍ଟଙ୍କୁ ବିଭ୍ରାନ୍ତ କରୁଛନ୍ତି ।

କହି ରଖୁଛୁ ଯେ କୋର୍ଟ ଗତ ମେ’ ୧୦ରେ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ନିର୍ବାଚନ ପ୍ରଚାର ପାଇଁ ୨୧ ଦିନର ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ କରିଥିଲେ । ତାଙ୍କ ଜାମିନ ଜୁନ୍‌ ୨ରେ ଶେଷ ହେଉଥିବା ବେଳେ ପୁଣି ତାଙ୍କୁ ତିହାର ଜେଲ୍‌ ଫେରିବାକୁ ପଡ଼ିଥିଲା । ତେବେ ଏହାପୂର୍ବରୁ କେଜ୍ରିୱାଲ ତାଙ୍କ ସ୍ୱାସ୍ଥ୍ୟ ଖରାପ ଏବଂ ମେଡିକାଲ ଟେଷ୍ଟକୁ ଦର୍ଶାଇ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ଆହୁରି ୭ ଦିନ ବଢ଼ାଇବାକୁ ଅନୁରୋଧ କରିଥିଲେ । ଏହି ଆବେଦନ ଉପରେ କୋର୍ଟରେ ଶୁଣାଣି ହୋଇଥିଲା । କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ବଢ଼ାଇବାକୁ ଇଡି ବିରୋଧ କରିଥିଲା ।

ସୂଚନାଯୋଗ୍ୟ, ଦିଲ୍ଲୀ ମଦ ନୀତି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଛନ୍ତି ଅରବିନ୍ଦ କେଜ୍ରିୱାଲ । ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଗିରଫ କରିଥିଲା । ଏହାପରେ ସେ ତିହାର ଜେଲରେ ଥିଲେ । ଲୋକସଭା ନିର୍ବାଚନ ଚାଲିଥିବାରୁ କେଜ୍ରିୱାଲ ତାଙ୍କ ଅନ୍ତରୀଣ ଜାମିନ ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଏବଂ ଅଦାଲତ ତାଙ୍କୁ ମେ’ ୧୦ରୁ ଜୁନ ୨ ପର୍ଯ୍ୟନ୍ତ ଜାମିନ ଦେଇଥିଲେ ।

ଦିଲ୍ଲୀ ଅବକାରୀ ନୀତି ମାମଲାରେ କେଜ୍ରିଓ୍ଵାଲଙ୍କ ବ୍ୟତୀତ ଯାଞ୍ଚ ଏଜେନ୍ସି ମନୀଷ ସିସୋଦିଆଙ୍କୁ ମଧ୍ୟ ଗିରଫ କରିଛି । ଏବେ ସେ ଜେଲରେ ଅଛନ୍ତି । ଏହି ମାମଲାରେ ପୂର୍ବରୁ ଆପ୍‌ର ରାଜ୍ୟସଭା ସାଂସଦ ସଂଜୟ ସିଂ ବି ଗିରଫ ହୋଇଥିଲେ । ସୁପ୍ରିମକୋର୍ଟଙ୍କଠାରୁ ତାଙ୍କୁ ଜାମିନ ମିଳିସାରିଛି ।

Roshni

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

8 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

18 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

27 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

42 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

51 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

60 mins ago