ଡିପ୍ରେସନରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ୩୬ ଘଣ୍ଟା ଭିତରେ ନେବ ବାତ୍ୟାରେ ରୂପ

ଭାରତ ମହାସାଗର ନିକଟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଡିପ୍ରେସନରେ ପରିଣତ । ଆଗାମୀ ୩୬ ଘଣ୍ଟା ଭିତରେ ବାତ୍ୟା ‘ଫାନି’ର ରୂପ ନେବ । ୩୦ ତାରିଖ ସୁଦ୍ଧା ବାତ୍ୟା ତାମିଲନାଡୁ-ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ହେଲେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ । ରାଜ୍ୟରେ ଏବେ ଗ୍ରୀଷ୍ମ ଲହରୀ ଜାରି ରହିଛି । ଆସନ୍ତାକାଲି ଠାରୁ ୩ ଦିନ ଯାଏଁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ଲହରୀ ଅନୁଭୂତ ହେବ । ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ନୂଆପଡ଼ା ପ୍ରମୁଖ ଜିଲ୍ଲାରେ ତାତି ଅନୁଭୂତ ହେବ । ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖିର ଆଶଙ୍କା ରହିଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.