କେନ୍ୟୁଜ୍(ବ୍ୟୁରୋ): ଲଦାଖ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ୩ ଦିନିଆ ଲଦାଖ ଗସ୍ତରେ ଯାଇଛନ୍ତି ରାଜନାଥ। LACରେ ସେନାର ସ୍ଥିତି ପରଖିବା ସହିତ ବିଭିନ୍ନ ସଡ଼କ, ବ୍ରିଜର ଉଦଘାଟନ କରିବେ । ରାଜନାଥଙ୍କ ସହ ସେନା ମୁଖ୍ୟ ଏମ୍ଏମ୍ ନରଭଣେ ଲଦାଖ ଯାଇଛନ୍ତି। ଗତ କିଛି ମାସ ଧରି ସୀମାରେ ନିଜର ସ୍ଥିତି ମଜଭୁତ କରିବା ପ୍ରୟାସ କରି ଆସୁଛି ଭାରତ ।
ତେଣୁ ରାଜନାଥଙ୍କ ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ସୀମାରେ ସଡକ ଏବଂ ବ୍ରିଜ ନିର୍ମାଣ କରାଯାଉଛି। ଏହାଦ୍ୱାରା ସେନାର ଗତିବିଧି ବଢିବା ସହିତ ସେନା ମଧ୍ୟ ଶକ୍ତିଶାଳୀ ହୋଇପାରିବ। ଗତ ସପ୍ତାହରେ ରାଜନାଥ ଆସାମ-ଅରୁଣାଚଳ ପ୍ରଦେଶ ଗସ୍ତ କରିବା ସହିତ ସେଠାରେ ବିଭିନ୍ନ ସଡ଼କ ଏବଂ ବ୍ରିଜର ଉଦଘାଟନ କରିଥିଲେ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…