Below header

ଦିଲ୍ଲୀ ମଦ ଦୁର୍ନୀତି ମାମଲା : ମନୀଷ ସିସୋଦିଆଙ୍କୁ ଝଟକା, ମିଳିଲାନି ଜାମିନ

ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟକା ଲାଗିଛି । ମନୀଷ ସିସୋଦିଆଙ୍କୁ ଏହି ମାମଲାରେ ଜାମିନ ମିଳିନାହିଁ । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଦ୍ୱିତୀୟ ଥର ପାଇଁ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ ହୋଇଛି ।

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟକା ଲାଗିଛି । ମନୀଷ ସିସୋଦିଆଙ୍କୁ ଏହି ମାମଲାରେ ଜାମିନ ମିଳିନାହିଁ । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଦ୍ୱିତୀୟ ଥର ପାଇଁ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ ହୋଇଛି ।

ଏହା ପୂର୍ବରୁ ନିମ୍ନ ଅଦାଲତ, ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ ମଦ ଦୁର୍ନୀତି ମାମଲାରେ ତାଙ୍କୁ ଜାମିନ ଦେବା ପାଇଁ ମନା କରିଦେଇଥିଲେ । ଏବେ ରାଉଜ ଆଭେନ୍ୟୁ କୋର୍ଟ ମଧ୍ୟ ତାଙ୍କୁ ଜାମିନକୁ ନାମଞ୍ଜୁର କରିଛନ୍ତି । କୋର୍ଟଙ୍କ ଏହି ରାୟକୁ ଏବେ ସିସୋଦିଆ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବେ ।

କିଛି ଦିନ ପୂର୍ବେ ଦିଲ୍ଲୀ ମଦ ଦୁର୍ନୀତି ମାମଲରେ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ରାଉଜ ଆଭେନ୍ୟୁ ନିଜ ରାୟ ସଂରକ୍ଷିତ ରଖିଥିଲେ ।

ସୂଚନାଯୋଗ୍ୟ, ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗତବର୍ଷ ଫେବ୍ରୁଆରୀ ୨୬ ତାରିଖରେ ମନୀଷ ସିସୋଦିଆଙ୍କୁ ସିବିଆଇ ଗିରଫ କରିଥିଲା । ଏହାପରେ ଏହି ମାମଲାରେ ଟଙ୍କା ହେରଫେର ଅଭିଯୋଗରେ ଇଡି ମଧ୍ୟ ତାଙ୍କୁ ଗିରଫ କରିଥିଲା । ୨୦୨୧ ମାର୍ଚ୍ଚ ୨୨ରେ ମନୀଷ ସିସୋଦିଆ ନୂତନ ମଦ ନୀତି ଘୋଷଣା କରିଥିଲେ । ୨୦୨୧ ନଭେମ୍ବର ୧୭ରେ ନୂତନ ମଦ ନୀତି ଅର୍ଥାତ୍‌ ଏକ୍ସାଇଜ୍ ପଲିସି ୨୦୨୧-୨୨ ଲାଗୁ କରାଯାଇଥିଲା । ନୂତନ ନୀତି ଆସିବା ପରେ ସରକାର ମଦ ବ୍ୟବସାୟରୁ ବାହାରି ଆସିଥିଲେ ଏବଂ ପୂରା ମଦ ଦୋକାନ ଘରୋଇ ହାତକୁ ଚାଲିଯାଇଥିଲା । ଏହି ମାମଲାରେ କେଜ୍ରିଓ୍ଵାଲଙ୍କୁ ଇଡି ୨୧ ମାର୍ଚ୍ଚରେ ଗିରଫ କରିଥିଲା ।

ଜାମିନ ପାଇଁ ଯୁକ୍ତି ସମୟରେ କୋର୍ଟରେ ଇଡି କହିଥିଲା ଯେ, ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆ ମୁଖ୍ୟ ଷଡ଼ଯନ୍ତ୍ରକାରୀ । ସେହିପରି ସିବିଆଇ କହିଥିଲା ଯେ, ମନୀଷ ସିସୋଦିଆ ଜଣେ ପ୍ରଭାବଶାଳୀ ବ୍ୟକ୍ତି ଏବଂ ଯଦି ତାଙ୍କୁ ଜାମିନ ମିଳେ ତେବେ ସେ ପ୍ରମାଣ ନଷ୍ଟ କରିବା ସହ ସାକ୍ଷୀଙ୍କୁ ମଧ୍ୟ ପ୍ରଭାବିତ କରିପାରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.