ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଅସୁସ୍ଥ, ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଅସୁସ୍ଥ । ଆଜି ତାଙ୍କୁ ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କୁ ଅକ୍ସିଜେନ୍‌ ସପୋର୍ଟରେ ରଖାଯାଇଛି । ସେ ମେଡିକାଲରେ ଭର୍ତ୍ତି ହୋଇଥିବା ନେଇ ନିଜେ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି ।

ତେବେ ତାଙ୍କୁ ଜ୍ୱର ହେବା ସହ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେଉଛି । ଯାହା କରୋନା ଭାଇରସ୍‌ର ଲକ୍ଷ୍ମଣ । ତେଣୁ ତାଙ୍କର କରୋନା ଟେଷ୍ଟ ମଧ୍ୟ କରାଯାଇଛି । ଖୁବ୍‌ ଶୀଘ୍ର ରିପୋର୍ଟ ଆସିବ । ତେବେ ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଟ୍ଵିଟ୍‌ କରି ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଲଗାତର ବୈଠକରେ ସାମିଲ ହେଉଥିଲେ । ଗତକାଲି ଅମିତ ଶାହ କରିଥିବା ବୈଠକରେ ମଧ୍ୟ ସେ ଯୋଗଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.