ନିର୍ଭୟା ଦୋଷୀଙ୍କୁ କେବେ ମିଳିବ ଫାଶୀ? କେନ୍ଦ୍ର ସରକାରଙ୍କ ଆବେଦନର ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମମାଲାର ଦୋଷୀଙ୍କୁ ଶୀଘ୍ର ଫାଶୀ ଦେବାକୁ ଅଣ୍ଟା ଭିଡିଛନ୍ତି ସରକାର । ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟ ଜାରି କରିଥିବା ଡେଥ୍‌ ଓ୍ଵାରେଣ୍ଟ ଉପରେ ରହିତାଦେଶ ସମ୍ପର୍କିତ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ମାରାଥନ ଶୁଣାଣି ଶେଷ ହୋଇଛି । ରାୟ ସଂରକ୍ଷିତ ରହିଛି । ଆଇନଗତ ବିକଳ୍ପ ଶେଷ ହୋଇଥିବା ଦୋଷୀଙ୍କୁ ଫାଶୀ ଦେବାକୁ କୋର୍ଟଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଢୁଥିବା ସଲିସିଟର ଜେନେରାଲ୍‌ ତୁଷାର ମେହେଟ୍ଟା । ଏପରିକି ଫାଶୀ ବିଳମ୍ବ ପାଇଁ ପଓ୍ଵନ ଗୁପ୍ତା ଏ ପର୍ଯ୍ୟନ୍ତ ରାଜକ୍ଷମା ଆବେଦନ କରିନଥିବା ଦର୍ଶାଇଛନ୍ତି ।

ତେବେ ସରକାରୀ ଓକିଲଙ୍କ ଯୁକ୍ତିକୁ ବିରୋଧ କରିଛନ୍ତି ଦୋଷୀଙ୍କ ଓକିଲ । ଦୋଷୀଙ୍କ ପାଖରେ ପୁଣି ରାଜକ୍ଷମା ଆବେଦନ କରିବାର ଅଧିକାର ଥିବାରୁ ଅଲଗା ଫାଶୀ ଦିଆଯିବା ଆଇନ ବିରୋଧୀ ବୋଲି ଯୁକ୍ତି ବାଢିଛନ୍ତି । ଏକା ସାଙ୍ଗରେ ସମସ୍ତ ଦୋଷୀଙ୍କ ଡେଥ ଓ୍ଵାରେଣ୍ଟ ଜାରି ହୋଇଥିବାରୁ ଫାଶୀ ବି ଗୋଟିଏ ଥରେ ଦିଆଯାଉ ବୋଲି ଦୋଷୀଙ୍କ ଓକିଲ କହିଛନ୍ତି । ମାମଲାରେ କୋର୍ଟ ୪ ଦୋଷୀ ମୁକେଶ କୁମାର, ବିନୟ ଶର୍ମା, ପଓ୍ଵନ ଗୁପ୍ତା ଓ ଅକ୍ଷୟ ସିଂହଙ୍କୁ ନୋଟିସ ଜାରି ହୋଇଛି । ୪ ଦୋଷୀଙ୍କ ମଧ୍ୟରୁ ବିନୟ ଶର୍ମା ଓ ମୁକେଶ କୁମାରର କ୍ୟୁରେଟିଭ ପିଟିସନ ଓ ରାଜକ୍ଷମା ଆବେଦନ ଖାରଜ ହୋଇଛି ।

ସେହିପରି ରାଷ୍ଟ୍ରପତିଙ୍କ ନିକଟରେ ରାଜକ୍ଷମା ଆବେଦନ କରିଛି ଅକ୍ଷୟ ସିଂହ । ପୂର୍ବରୁ ଅକ୍ଷରର କ୍ୟୁରେଟିଭ ପିଟିସନ ଖାରଜ ହୋଇସାରିଛି । ତେବେ ଦୋଷୀ ପଓ୍ଵନ ଗୁପ୍ତା ପାଖରେ ଉଭୟ କ୍ୟୁରେଟିଭ ଓ ମର୍ସି ପଟିସନ୍‌ ଭଳି ଦୁଇଟି ବିକଳ୍ପ ରହିଛି । ୪ ଦୋଷୀଙ୍କୁ ଫେବ୍ରୁଆରୀ ୧ ତାରିଖରେ ଫାଶୀ ପାଇଁ ଡେଥ୍‌ ଓ୍ଵାରେଣ୍ଟ ଜାରି ହୋଇଥିଲା । ଦିନକ ପୂର୍ବରୁ ଏଥିରେ ସ୍ଥଗିତାଦେଶ ଲଗାଇଥିଲେ ପଟିଆଲା ହାଉସକୋର୍ଟ । ଏବେ ନୂଆ ଡେଥ ଓ୍ଵାରେଣ୍ଟକୁ ନେଇ ସସପେନ୍ସ ଜାରି ରହିଛି ।

KNews Bureau

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

4 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

6 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

9 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

16 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

31 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago