ଅବକାରୀ ଦୁର୍ନୀତି ମାମଲା : ସିସୋଦିଆଙ୍କ ଜାମିନ ଆବେଦନ ଖାରଜ

ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ତାଙ୍କର ଜାମିନ ଆବେଦନକୁ ଆଜି କୋର୍ଟ ଖାରଜ କରିଛନ୍ତି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟର ସ୍ୱତନ୍ତ୍ର ଜଜ୍ ଏମ୍.କେ ନାଗପାଲ, ତାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି।

ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ତାଙ୍କର ଜାମିନ ଆବେଦନକୁ ଆଜି କୋର୍ଟ ଖାରଜ କରିଛନ୍ତି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟର ସ୍ୱତନ୍ତ୍ର ଜଜ୍ ଏମ୍.କେ ନାଗପାଲ, ତାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି।

ସିସୋଦିଆ ନିମ୍ନ ଅଦାଲତର ଏହି ନିଷ୍ପତ୍ତି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କୁ ଯିବେ ବୋଲି ଜଣାପଡ଼ିଛି। କୋର୍ଟରେ ଶୁଣାଣି ସମୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜାମିନ ଆବେଦନକୁ ବିରୋଧ କରିଥିଲା। ତଦନ୍ତ ଯେତେବେଳେ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ଅଛି, ଜାମିନ ମିଳିଲେ ପ୍ରମାଣ ନଷ୍ଟ ହେବାର ଭୟ ରହୁଛି ବୋଲି ଇଡି ପକ୍ଷରୁ କୁହାଯାଇଥିଲା । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ କୋର୍ଟ ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଥିଲେ ।
ଏଥିସହ କୋର୍ଟ ସିସୋଦିଆଙ୍କ ନ୍ୟାୟିକ ହେପାଜତକୁ ମେ’ ୧୨ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।