କେନ୍ୟୁଜ୍(ବ୍ୟୁରୋ): ଦିଲ୍ଲୀ ହିଂସା ଘଟଣାରେ ଆରମ୍ଭ ହେଲା କାର୍ଯ୍ୟାନୁଷ୍ଠାନ । କୃଷକ ନେତା ଯୋଗେନ୍ଦ୍ର ଯାଦବଙ୍କ ସମେତ ଅନେକ ଚାଷୀ ନେତାଙ୍କ ନାଁରେ ମାମଲା ରୁଜୁ । ଶାନ୍ତିପୂର୍ଣ୍ଣ ଟ୍ରାକ୍ଟର ରାଲି ପାଇଁ ଏମାନେ ଦିଲ୍ଲୀ ପୋଲିସଠୁ ଅନୁମତି ନେଇଥିଲେ । ସେହିପରି ୨ ଶହରୁ ଅଧିକ ଆନ୍ଦୋଳନକାରୀଙ୍କୁ ଅଟକ ରଖିଛି ପୋଲିସ । ସେମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଦିଲ୍ଲୀ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଦିଲ୍ଲୀ ହିଂସା ଯୋଗୁ ୩୦୦ରୁ ଅଧିକ ପୋଲିସ ଆହତ ହୋଇଛନ୍ତି । ଗତକାଲିର ଘଟଣାକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟରେ ବୈଠକରେ ଆଲୋଚନା ହୋଇଛି । ହିଂସାକାଣ୍ଡ ନେଇ ଦିଲ୍ଲୀ ପୋଲିସ କମିଶନର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ରିପୋର୍ଟ ଦେଇଛନ୍ତି ।
ଏହାପୂର୍ବରୁ ଆଜି ସକାଳେ ସିଆରପିଏଫ୍ ଡିଜି ଗୃହ ମନ୍ତ୍ରାଳୟ ଯାଇଥିଲେ । ଲାଲକିଲ୍ଲାରେ ଘଟଣା ନେଇ ସେ ଗୃହ ସଚିବ ଅଜୟ ଭଲ୍ଲାଙ୍କୁ ସୂଚନା ଦେଇଛନ୍ତି । ଦିଲ୍ଲୀର ବିଭିନ୍ନ ସ୍ଥାନରେ ଅତିରିକ୍ତ ଅର୍ଦ୍ଧସାମରିକ ବାହିନୀ ମୁତୟନ ହୋଇଛନ୍ତି । ଲାଲକିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ହିଂସା ଯୋଗୁ କେତେ କ୍ଷୟକ୍ଷତି ହୋଇଛି ତାହାର ଏକ ରିପୋର୍ଟ ପ୍ରସ୍ତୁତ କରିଛି ଦିଲ୍ଲୀ ପୋଲିସ ।
ବିଭିନ୍ନ ସ୍ଥାନର ସିସିଟିଭି ଫୁଟେଜରୁ ଆନ୍ଦୋଳନକାରୀଙ୍କୁ ଚିହ୍ନଟ କରାଯାଉଛି । ତଦନ୍ତ ଦାୟିତ୍ୱ କ୍ରାଇମବ୍ରାଞ୍ଚକୁ ଦିଆଯାଇଛି ।.ସେପଟେ ଆଜି ଲାଲକିଲ୍ଲାରେ ପହଞ୍ଚିଥିଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ । କେତେ କ୍ଷୟକ୍ଷତି ହୋଇଛି ସେନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…