କର୍ଣ୍ଣାଟକ ଉପନିର୍ବାଚନ ଫଳାଫଳ ପରେ ଜୋସରେ ବିରୋଧୀ, ମୋଦି ବିରୋଧୀ ମହାମେଣ୍ଟ ପାଇଁ ଚନ୍ଦ୍ରବାବୁ ନାଇଡୁଙ୍କ ଉଦ୍ୟମ

କର୍ଣ୍ଣାଟକ(କେନ୍ଯୁଜ୍) : କର୍ଣ୍ଣାଟକ ଉପନିର୍ବାଚନରେ ୫ଟି ଆସନରୁ ୪ଟିରେ ବିଜେପି ହାରିଯିିିବା ଘଟଣା ଏନ୍‌ଡିଏ ସରକାର ବିରୋଧୀ ମୁଡ୍‌କୁ ଦର୍ଶାଉଛି । ଏହି ପରିପ୍ରେକ୍ଷୀରେ ମୋଦୀ ସରକାର ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାକୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଡିଏମକେ ମୁଖ୍ୟ ଏମେ.କେ.ଷ୍ଟାଲିନଙ୍କୁ ଭେଟିଛନ୍ତି । ଆଗାମୀ ୨୦୧୯ ସାଧାରଣ ନିର୍ବାଚନରେ ଏନ୍‌ଡିଏ ବିରୋଧରେ ହାମେଣ୍ଟ ଗଠନ ନେଇ ସେମାନଙ୍କ ମଧ୍ୟରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ଦେଶ ବଞ୍ଚାଅ, ଗଣତନ୍ତ୍ର ବଞ୍ଚାଅ ଅଭିଯାନ ଚଳାଇଛନ୍ତି ଚନ୍ଦ୍ରବାବୁ ନାଇଡୁ ।

ମହାମେଣ୍ଟ ନେଇ ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନଙ୍କୁ ଭେଟିବେ ବୋଲି ଜଣାପଡିଛି । ପୂର୍ବରୁ ୨ ସପ୍ତାହ ତଳେ ଚନ୍ଦ୍ରବାବୁ ନାଇଡୁ ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ଏନ୍‌ସିପି ସୁପ୍ରିମୋ ଶରଦ ପାୱାର, ନ୍ୟାସନାଲ କନ୍‌ଫରେନ୍ସ ନେତା ଫାରୁକ ଅବଦୁଲା, ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂହ ଯାଦବ, ଆପ୍‌ ନେତା ଅରବିନ୍ଦ କେଜିରୱାଲ, ଲୋକ ତାନ୍ତ୍ରିକ ଜନତାଦଲ ନେତା ଶରଦ ଯାଦବ ପ୍ରମୁଖଙ୍କୁ ଭେଟି ୨୦୧୯ରେ ମହାମେଣ୍ଟ ଗଠନ ନେଇ ଆଲୋଚନା କରିଥିଲେ ।

 

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଆର୍ଥିକ ସଙ୍କଟ ଦୂର ହେବ, ପରିବାର ସହିତ ଖୁସିର ସମୟ କାଟିବେ

ମେଷ: ଆଜି ନିଜ ଉପରେ ଆତ୍ମବିଶ୍ୱାସ ରଖିବେ । ଜୀବନସାଥୀଙ୍କୁ ମନର କଥା କହି ପାରନ୍ତି । କୌଣସି କାମ…

1 hour ago

ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ, ଲାଗୁ ହେବ ଟ୍ରାଫିକ କଟକଣା

ପୁରୀ : ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ । ୧୦୮ ଗଡୁ ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ମହାପ୍ରୠୁ…

3 hours ago

ବାଲେଶ୍ବର ସହରରେ ୧୯ ତାରିଖ ମଧ୍ୟରାତ୍ରି ଯାଏ କର୍ଫ୍ୟୁ, ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

ବାଲେଶ୍ବର : ବାଲେଶ୍ବର ସହରରେ କର୍ଫ୍ୟୁ ପରେ ୪୮ ଘଣ୍ଟା ପାଇଁ ସୋସିଆଲ ମିଡିଆ ବନ୍ଦ । ଗୋଷ୍ଠୀ ସଂଘର୍ଷ…

3 hours ago

ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କଲେ

ବରଗଡ଼ : ସେପଟେ ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

3 hours ago

ଅଟୋ ଓଲଟି ଡ୍ରାଇଭର ସମେତ ୫ ଆହାତ, ମେଡିକାଲରେ ଭର୍ତ୍ତି

ଆସ୍କା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାନିବିଲି ଗ୍ରାମ ନିକଟରେ ଯାତ୍ରୀବାହି ଅଟୋ ଓଲଟି ଡ୍ରାଇଭର ସମେତ ୫…

4 hours ago

ଦିଲ୍ଲୀରୁ ୪ ଲକ୍ଷ ଟଙ୍କା ଓ ୭୦ ଲକ୍ଷର ହୀରା ସୁନା ଗହଣା ଚୋରି କରିଥିଲେ ସୋରରୁ ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ସୋର(କେନ୍ୟୁଜ୍‌): ଦିଲ୍ଲୀରେ ଚଳାଇଥିଲେ ଲୁଟ୍‌ର ଆତଙ୍କ । କୋଟି କୋଟି ଟଙ୍କା ଲୁଟି ଦିଲ୍ଲୀରୁ ଛୁ ମାରିଥିଲେ । ସେ…

5 hours ago