ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ: ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ସକାଳ ୧୦ଟା ୧୪ ମିନିଟରେ ପଞ୍ଚଦଶ ରାଷ୍ଟ୍ରପତି ଭାବେ ସେ ଶପଥ ନେଇଛନ୍ତି ।

sapatha

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସି ଏନଭି ରମନ୍ନା ପଦ ଓ ଗୋପାନୀୟତାର ଶପଥ ପାଠ କରାଇଛନ୍ତି।  ପ୍ରଥମ ଆଦିବାସୀ ମହିଳା ଓ ପ୍ରଥମ ଓଡ଼ିଆ ଭାବେ ରାଷ୍ଟ୍ରପତି ପଦ ଅଳଙ୍କୃତ କରିଛନ୍ତି ଦ୍ରୌପଦୀ ମୁର୍ମୁ। ଜଣେ ଓଡ଼ିଆ ଝିଅର ଏପରି ସଫଳତା ପାଇଁ ଭୁବନେଶ୍ୱରରୁ ରାଇରଙ୍ଗପୁର ଯାଏ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ଦେଶର ବିଭିନ୍ନ ପ୍ରାନ୍ତରେ ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

ସକାଳ ୮.୧୫ରେ ଶ୍ରୀମତୀ ମୁର୍ମୁ ଦିଲ୍ଲୀର ଉମା ଶଙ୍କର ଦିକ୍ଷୀତ ଲେନରେ ଥିବା ଅସ୍ଥାୟୀ ବାସଭବନରୁ ବାହାରି ରାଜଘାଟକୁ ଯାଇଥିଲେ। ସେଠାରେ ସେ ସକାଳ ପ୍ରାୟ ୮.୪୬ରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ରାଜଘାଟରୁ ସୁରକ୍ଷା ବଳୟ ମଧ୍ୟରେ ଦ୍ରୌପଦୀମ ମୁର୍ମ ରାଷ୍ଟ୍ରପତି ଭବନକୁ ଯାଇଥିଲେ।

ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ରାଷ୍ଟ୍ରପତି ଭବନରୁ ଦ୍ରୌପଦୀ ମୁର୍ମୁ ବାହାରିଥିଲେ। ଏହି ସମୟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରୀୟ ସଲାମୀ ଦିଆଯାଇଥିଲା। ସେ ମଧ୍ୟ ସଲାମ କରିଥିଲେ। ତାଙ୍କ ପାଖରେ ଦ୍ରୌପଦୀ ମୁର୍ମୁ ଛିଡ଼ା ହୋଇଥିଲେ ମଧ୍ୟ ସେ ସଲାମ କରି ନଥିଲେ।
 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.