ଦେଶ ବିଦେଶ

ପୁଣି ଦୋହଲିଲା ଆଫଗାନିସ୍ତାନ, ୬.୫ ତୀବ୍ରତାର ଭୂମିକମ୍ପ

ପଶ୍ଚିମ ଆଫଗାନିସ୍ତାନରେ ଆଜି ପୁଣି ଥରେ ଭୂମିକମ୍ପ ଅନୁଭୂତ ହୋଇଛି। ଏଠାରେ ୬.୫ ତୀବ୍ରତାର ଭୂମିକମ୍ପ ଘଟିଛି ବୋଲି ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (EMSC) ସୂଚନା ଦେଇଛି । ୧୦ କିଲୋମିଟର ଗଭୀରରେ ଏହି ଭୂକମ୍ପ ହୋଇଥିବା EMSC ରିପୋର୍ଟ କରିଛି ।

ତେବେ ଭୂମିକମ୍ପ ପରେ ଲୋକେ ଘରୁ ବାହାରି ଦୌଡିବାକୁ ଆରମ୍ଭ କରିଥିଲେ । ଗତ କିଛିଦିନ ତଳେ ଆସିଥିବା ଭୂମିକମ୍ପ ଯୋଗୁଁ ୧,୦୦୦ ଅଧିକ ଲୋକ ମୃତ୍ୟୁବରଣ କରିଛନ୍ତି ।

ଗତ ଶନିବାର ୩୦ ମିନିଟ ଭିତରେ ୩ ଥର ଦୋହଲିଥିଲା ଆଫଗାନିସ୍ତାନ । ୪ଟି ବଡ଼ ଝଟକା ଲାଗିଥିଲା । ପଶ୍ଚିମ ଆଫଗାନିସ୍ତାନରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପଜନିତ ମୃତ୍ୟୁସଂଖ୍ୟା ୪ ହଜାର ଟପିଯାଇଛି। ଭୂକମ୍ପରେ ପ୍ରାୟ ୨ ହଜାର ଘର ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି ।  ପଶ୍ଚିମ ଆଫଗାନିସ୍ତାନ ଓ ଇରାନର ସୀମାରେ ସୃଷ୍ଟି ହୋଇଥିବା ଏହି ଶକ୍ତିଶାଳୀ ଭୂମିକମ୍ପରେ ହଜାର ହଜାର ଲୋକ ପ୍ରାଣ ହରାଇଥିବାବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ଏହାସହ ହଜାର ହଜାର ସଂଖ୍ୟାରେ ଲୋକ ବାସହୀନ ହୋଇପଡିଛନ୍ତି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୬.୩ ରେକର୍ଡ କରାଯାଇଥିଲା ।

Swagatika

Recent Posts

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

9 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

27 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

33 mins ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

39 mins ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

48 mins ago

କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

କେନ୍ଦ୍ରାପଡ଼ା (କେନ୍ୟୁଜ୍‌): କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ…

1 hour ago