ଜାପାନରେ ବଡ଼ ଧରଣର ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୭.୧

ଜାପାନରେ ଶକ୍ତିଶାଳୀ ଭୂମିକମ୍ପ । ଭୂମିକମ୍ପର ଜୋର୍‌ଦାର ଝଟ୍‌କା ଅନୁଭବ କରିଛନ୍ତି ଜାପାନବାସୀ । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୧ ମପାଯାଇଛି । ଭୂମିକମ୍ପ ଯୋଗୁ ସୁନାମି ଚେତାବନୀ ମଧ୍ୟ ଦିଆଯାଇଛି ।

ଦକ୍ଷିଣ ଜାପାନରେ କମ୍ପନ ଅନୁଭୂତ ହୋଇଛି । ଭୂମିକମ୍ପର ଝଟ୍‌କା ମିୟାଜାକି ଅଞ୍ଚଳରେ ଅନୁଭବ କରାଯାଇଛି । ଜାପାନର ଉପକୂଳବର୍ତ୍ତୀ ମିୟାଜାକି, କୋଚି, ଇହିମେ, କାଗୋଶିମା ଏବଂ ଆଇତା ଅଞ୍ଚଳରେ ସୁନାମିକୁ ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି ।

ଆପଣଙ୍କ ଅଞ୍ଚଳରେ ଭୂମିକମ୍ପ ଆସିଲେ କ’ଣ କରିବେ ଏବଂ କ’ଣ କରିବେ ନାହିଁ ?

୧. ଯଦି ଆପଣ କୋଠା ଘର ଭିତରେ ଅଛନ୍ତି, ତେବେ ଚଟାଣରେ ବସି ଯାଆନ୍ତୁ କିମ୍ବା କୌଣସି ଶକ୍ତିଶାଳୀ ଆସବାବପତ୍ର ତଳକୁ ଚାଲି ଯାଆନ୍ତୁ । ଯଦି କୌଣସି ଟେବୁଲ୍ କିମ୍ବା ଆସବାବପତ୍ର ନାହିଁ, ତା’ ହେଲେ ନିଜ ମୁହଁ ଓ ମୁଣ୍ଡକୁ ହାତରେ ଢାଙ୍କି ନିଅନ୍ତୁ ଏବଂ ରୁମ୍‌ର ଏକ କୋଣରେ ଯାଇ ବସନ୍ତୁ ।

୨. ଯଦି ଆପଣ ବିଲ୍ଡିଂ ବାହାରେ ଅଛନ୍ତି, ତେବେ ବିଲ୍ଡିଂ, ଗଛ, ପୋଲ ଏବଂ ବୈଦ୍ୟୁତିକ ତାରଠାରୁ ଦୂରରେ ରୁହନ୍ତୁ ।

୩. ଯଦି ଆପଣ କୌଣସି ଗାଡ଼ିରେ ଯାତ୍ରା କରୁଛନ୍ତି, ତା’ ହେଲେ ଗାଡ଼ିକୁ ଯଥାଶୀଘ୍ର ଅଟକାଇ ଦିଅନ୍ତୁ ଏବଂ ଭିତରେ ବସି ରୁହନ୍ତୁ ।

୪. ଯଦି ଆପଣ ଭଗ୍ନାବେଶଷ ତଳେ ପୋତି ହୋଇ ପଡ଼ିଛନ୍ତି, ତା’ ହେଲେ ହଲଚଲ ହୁଅନ୍ତୁ ନାହିଁ କି କୌଣସି ଜିନିଷକୁ ଧକ୍କା ଦିଅନ୍ତୁ ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.