ନୂଆଦିଲ୍ଲୀ: ବଢିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫ ଆଶଙ୍କା। ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିପାରେ ଇଡି। ଏ ନେଇ ଆପ ନେତା ଅତସୀ ଟ୍ବିଟ କରି ସୂଚନା ଦେଇଛନ୍ତି। କେଜ୍ରିୱାଲଙ୍କ ଘର ଆଗରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୩ ଥର ନୋଟିସ ପରେ ବି କେଜ୍ରିୱାଲ ହାଜର ହୋଇନାହାନ୍ତି।
୨୦୨୩ ନଭେମ୍ବର ୨, ଡିସେମ୍ବର ୨୧ ଓ ଜାନୁଆରୀ ୩ରେ ହାଜର ହେବାକୁ କେଜ୍ରିୱାଲଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ବେଆଇନ ଅର୍ଥ ଲଗାଣକୁ ନେଇ ଏହି ସମନ ଜାରି କରିଛି ଇଡି। ସମାନ ଅଭିଯୋଗରେ ଆପ୍ର ଅନ୍ୟ ଦୁଇ ବରିଷ୍ଠ ନେତା ମନୀଷ ସିସୋଦିଆ ଓ ସଞ୍ଜୟ ସିଂ ବର୍ତ୍ତମାନ ଜେଲ୍ରେ ଅଛନ୍ତି।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…