ବାଣ କାରଖାନାରେ ବିସ୍ଫୋରଣ : ୮ ମୃତ, ଅନେକ ଆହତ

ଉତ୍ତରପ୍ରଦେଶ କୋଶାମ୍ବି ଜିଲ୍ଲାର କୋଖରାଜ ଥାନା ଭରବାରୀ ଅଞ୍ଚଳରେ ଥିବା ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଯୋଗୁଁ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି ।

ଉତ୍ତରପ୍ରଦେଶ କୋଶାମ୍ବି ଜିଲ୍ଲାରେ ବାଣ କାରଖାନାରେ ବିସ୍ଫୋରଣ । ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି । ଘଟଣା ସ୍ଥଳରେ ଦମକଳ ଗାଡି ପହଞ୍ଚି ଥିବା ଖବର ମିଳିଛି ।

ସୂଚନା ମୁତାବକ, ଉତ୍ତରପ୍ରଦେଶ କୋଶାମ୍ବି ଜିଲ୍ଲାର କୋଖରାଜ ଥାନା ଭରବାରୀ ଅଞ୍ଚଳରେ ଥିବା ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଯୋଗୁଁ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ଏପର୍ଯ୍ୟନ୍ତ ୧୦ ଜଣଙ୍କୁ ଉଦ୍ଧାର କରାଯାଉଛି ।

ବିସ୍ଫୋରଣ ଯୋଗୁଁ ଏହାଭିତରେ ଅନେକ ଲୋକ ଫସିଥିଲେ । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣା ବିଷୟରେ ବୁଝିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୃତକଙ୍କ ପରିବାର ପ୍ରତି ଶୋକ ବ୍ୟକ୍ତ କରିବା ସହିତ ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ତୁରନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଆହତଙ୍କୁ ମାଗଣା ଚିକିତ୍ସା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.