ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ଅଷ୍ଟମ ବୈଠକ, ଅନୁପସ୍ଥିତ ରହିଲେ ୧୧ ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟ, ଦକ୍ଷତା ବିକାଶ, ମହିଳା ସଶକ୍ତିକରଣ, ଭିତ୍ତିଭୂମି ବିକାଶ, ଗତି ଶକ୍ତି ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ବୈଠକରେ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକରେ ଅଧ୍ୟକ୍ଷତା କରିଥିଲେ ।

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ୨୫ ବର୍ଷ ମଧ୍ୟରେ ଭାରତ କିଭିଳି ସବୁ କ୍ଷେତ୍ରରେ ବିକଶିତ ହୋଇ ପାରିବ ସେନେଇ ନୀତି ଆୟୋଗ ବୈଠକରେ ଆଲୋଚନା ହୋଇଛି । ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ଏହା ଅଷ୍ଟମ ବୈଠକ ଥିଲା । ସ୍ୱାସ୍ଥ୍ୟ, ଦକ୍ଷତା ବିକାଶ, ମହିଳା ସଶକ୍ତିକରଣ, ଭିତ୍ତିଭୂମି ବିକାଶ, ଗତି ଶକ୍ତି ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ବୈଠକରେ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକରେ ଅଧ୍ୟକ୍ଷତା କରିଥିଲେ । ଏଥର ଥିମ ଥିଲା ‘ବିକଶିତ ଭାରତ @୨୦୪୭: ରୋଲ ଅଫ ଟିମ ଇଣ୍ଡିଆ’ ।

୧୧ ରାଜ୍ୟର ମୁଖ୍ୟମନ୍ତ୍ରୀ ବୈଠକରେ ଯୋଗ ଦେଇ ନଥିଲେ । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର, କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପ୍ରମୁଖ ଅନୁପସ୍ଥିତ ଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.