ଦେଶ ବିଦେଶ

ମଧ୍ୟ ପ୍ରଦେଶ: ରେୱାର ପ୍ରାଚୀନ ଶିବ ମନ୍ଦିରରେ ବଡ଼ ଦୁର୍ଘଟଣା, ବିଦ୍ୟୁତ୍‌ ତାର ଛିଣ୍ଡି ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ

ମଧ୍ୟ ପ୍ରଦେଶର ରେୱା ଜିଲ୍ଲାର ଦେବ ତାଲାବ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶିବ ମନ୍ଦିର ପରିସରରେ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଭଗବାନଙ୍କୁ ଦର୍ଶନ କରିବାକୁ ଆସିଥିବା ଶ୍ରଦ୍ଧାଳୁଙ୍କ ଉପରେ ବିଦ୍ୟୁତ ତାର ଛିଣ୍ଡି ପଡ଼ିଛି। ଫଳରେ ୧୫ ଜଣ ଶ୍ରଦ୍ଧାଳୁ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନା ବ୍ୟତୀତ ରେୱାସ୍ଥିତ ସଞ୍ଜୟ ଗାନ୍ଧୀ ହସ୍ପିଟାଲକୁ ପଠାଯାଇଛି।

ମିଳିଥିବା ସୂଚନା ମୁତାବକ, ଶ୍ରାବଣ ସୋମବାର ଥିବାରୁ ହଜାର ହଜାର ଶ୍ରଦ୍ଧାଳୁ ମନ୍ଦିର ଦର୍ଶନ କରିବାକୁ ଆସିଥିଲେ। ମନ୍ଦିର ପରିସରରେ ବର୍ଷା ପାଣି ଜମି ରହିଥିଲା। ଭଗବାନଙ୍କୁ ଦର୍ଶନ କରିବାକୁ ଯାଉଥିବାବେଳେ ହଠାତ୍‌ ଏକ ବିଦ୍ୟୁତ୍‌ ତାର ଶ୍ରଦ୍ଧାଳୁଙ୍କ ଉପରେ ଛିଣ୍ଡି ପଡ଼ିଥିଲା। ଫଳରେ ୧୫ରୁ ଅଧିକ ଶ୍ରଦ୍ଧାଳୁ ଏହା ସଂସ୍ପର୍ଶରେ ଆସିଥିଲେ। ସମସ୍ତଙ୍କୁ କରେଣ୍ଟ୍‌ ଲାଗିଥିବା ବେଳେ କିଛି ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଖବର ପାଇ ପୋଲିସ ଏବଂ ପ୍ରଶାସନିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଥିଲେ। ଦୁର୍ଘଟଣାରେ ଆହତ ଲୋକଙ୍କୁ ସେମାନଙ୍କ ସମ୍ପର୍କୀୟମାନେ କାନ୍ଧରେ ପକାଇ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରେ କୌଣସି ବି ଆମ୍ବୁଲାନ୍ସ ପହଞ୍ଚି ପାରି ନ ଥିଲା। ଲୋକେ ବ୍ୟକ୍ତିଗତ ଗାଡ଼ିରେ ଆହତମାନଙ୍କୁ ଧରି ହସ୍ପିଟାଲରେ ପହଞ୍ଚିଥିଲେ।

Roshni

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

3 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

6 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

6 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

7 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

9 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

9 hours ago