ଜମ୍ମୁ-କାଶ୍ମୀର ପୁଲଓ୍ଵାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର(କେନ୍ୟୁଜ୍): ଜମ୍ମୁ-କାଶ୍ମୀର ପୁଲଓ୍ଵାମାରେ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନ୍‌କାଉଣ୍ଟରରେ ଜଣେ ଯବାନ ସହିଦ ହୋଇଛନ୍ତି । ଏହା ସହ ତିନି ଜଣ ସ୍ଥାନୀୟ ଲୋକ ଆହତ ହୋଇଛନ୍ତି । ପୁଲଓ୍ଵାମାରେ କର୍ଫ୍ୟୁ ଜାରି କରାଯାଇଛି । ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଅପରେସନ୍‌ ଜାରି ରହିଛି । ପୁଲଓ୍ଵାମାର ଦଲିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସେନା ଓ ଏସ୍‌ଓଜି ପକ୍ଷରୁ ଅପରେସନ୍‌ ଆରମ୍ଭ ହୋଇଥିଲା । ଏହା ପରେ ଆତଙ୍କବାଦୀଙ୍କ ପକ୍ଷରୁ ଗୁଳି ମାଡ଼ କରାଯାଇଥିଲା । ଏହାର ଜବାବ ଦେଇଥିଲେ ଯବାନ । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ସେହିପରି ଜଣେ ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଯବାନ ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଆର୍ମୀ ବେସ୍‌ କ୍ୟାମ୍ପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.