ଦେଶ ବିଦେଶ

ତାମିଲନାଡୁ: ବାଣ କାରଖାନାରେ ବିସ୍ଫୋରଣ, ୮ ମୃତ

ତାମିଲନାଡୁର ଭେମ୍ବାକୋଟାଇରେ ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ । ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ପୋଲିସ ବିସ୍ଫୋରଣ ବିଷୟରେ ସୂଚନା ଦେଇଛି । ପୋଲିସ ପ୍ରାରମ୍ଭିକ ଯାଞ୍ଚ କରି ବିସ୍ଫୋରଣ କାରଣ ଖୋଜୁଛି । ମୃତକଙ୍କ ସଂଖ୍ୟା ଆଗକୁ ବଢିପାରେ ବୋଲି ଅନୁମାନ କରାଯାଉଛି ।

ସୂଚନା ମୁତାବକ, ତାମିଲନାଡୁର ଭେମ୍ବାକୋଟାଇରେ ସ୍ଥିତ ଏକ ବାଣ ଫ୍ୟାକ୍ଟ୍ରିରେ ଏକ ବିସ୍ଫୋରଣ ଘଟିଥିଲା । ଉକ୍ତ ବିସ୍ଫୋରଣ ପରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ପରେ ହସ୍ପିଟାଲ ନେବା ସମୟରେ ଆଉ ଦୁଇଜଣ ପ୍ରାଣ ହରାଇଥିଲେ । ସ୍ଥାନୀୟ ଲୋକ କହିଛନ୍ତି ଯେ, ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ବିରାଟ ଶବ୍ଦ ହୋଇଥିଲା । କାରଖାନା ନିକଟରେ ଥିବା ଚାରୋଟି ବିଲ୍ଡିଂ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ।  ଖବର ବିଷୟରେ ସୂଚନା ମିଳିବା ପରେ ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ ବାହିନୀ, ଓ ଉଦ୍ଧାରକାରୀ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।

Swagatika

Recent Posts

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି, ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି

କେନ୍ୟୁଜ୍‌: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା ।…

10 mins ago

ଗ୍ରାହକଙ୍କୁ ଆଶ୍ୱସ୍ତି, ମାସ ଆରମ୍ଭରୁ କମିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦେଶରେ ଲୋକସଭା ନିର୍ବାଚନର ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି । ଭୋଟ ଚାଲିଥିବା ବେଳେ ଗ୍ରାହକଙ୍କୁ ଖୁସି କରିଦେଇଛନ୍ତି…

18 mins ago

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

44 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

57 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

1 hour ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago