ଦେଶ ବିଦେଶ

ଆଜି ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ୯ ଘଣ୍ଟିଆ କୃଷକଙ୍କ ଅନଶନ, ସମର୍ଥନରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ଵାଲଙ୍କ ଉପବାସ

ନୂଆଦିଲ୍ଲୀ: ଦେଶବ୍ୟାପୀ ଅନ୍ନଦାତାଙ୍କ ପ୍ରତିବାଦ । ଆଜି ସକାଳ ୮ଟାରୁ ସଂଧ୍ୟା ୫ଟା ୯ ଘଣ୍ଟା ପର୍ଯ୍ୟନ୍ତ ଆନ୍ଦୋଳନକାରୀ କୃଷକ ଅନଶନରେ ବସିଛନ୍ତି । ଆନ୍ଦୋଳନକୁ ଜୋରଦାର କରିବା ପାଇଁ କୃଷକ ସଂଗଠନ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ଅନଶନ କରୁଛନ୍ତି ଚାଷୀ । ଏହା ସହ ଦେଶର ସମସ୍ତ ଜିଲ୍ଲା ମୁଖ୍ୟାଳୟରେ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବ ।

କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଅନଶନକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ଵାଲ ସମର୍ଥନ କରିଛନ୍ତି । କୃଷକଙ୍କୁ ସମର୍ଥନ ଜଣାଇ କେଜରିଓ୍ଵାଲ ମଧ୍ୟ ଉପବାସ ରଖିଛନ୍ତି । ଦଳୀୟ କର୍ମୀମାନଙ୍କୁ ମଧ୍ୟ ଅନଶନ ପାଳନ କରିବାକୁ କେଜରିଓ୍ଵାଲ ପରାମର୍ଶ ଦେଇଛନ୍ତି ।

ସରକାରଙ୍କ ସଂଶୋଧନ ପ୍ରସ୍ତାବକୁ ଚାଷୀ ସଂଗଠନ ପ୍ରତ୍ୟାଖ୍ୟାନ କରିବା ପରେ ଆଉ ଆଗେଇ ପାରିନି କଥାବାର୍ତ୍ତା । ଚାଷୀଙ୍କ ଗୋଟିଏ ଜିଦ୍‌ ସଂଶୋଧନ ନୁହେଁ, ୩ ଆଇନ୍‌ ପ୍ରତ୍ୟାହାର କରାଯାଉ । କେନ୍ଦ୍ରର ନୂଆ କୃଷି ଆଇନ୍‌କୁ ବିରୋଧ କରି ଆନ୍ଦୋଳନ ଜାରି ରଖିଛନ୍ତି ଚାଷୀ ।

Sonalisa

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

8 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

9 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

16 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

21 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

39 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

48 mins ago