ଦେଶ ବିଦେଶ

ରାଜସ୍ଥାନରେ ଭୟଙ୍କର ସଡକ ଦୁର୍ଘଟଣା: ବସ୍‌କୁ ଧକ୍କା ଦେଲା ଟ୍ରକ୍‌ , ମୁହୂର୍ତ୍ତକେ ଚାଲିଗଲା ୧୧ ଜୀବନ

ନୂଆଦିଲ୍ଲୀ : ରାଜସ୍ଥାନ ଭରତପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଫଳରେ ୧୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ ଆହତ। ସମସ୍ତ ଆହତଙ୍କୁ ନିକଟସ୍ତ ଡାକ୍ତରଖାନାରେ ଭର୍ତ୍ତି। ଜୟପୁର-ଆଗ୍ରା ଏନ୍‌ଏଚ୍‌ ନିକଟରେ ଘଟିଛି ଏହି ଦୁର୍ଘଟଣା। ଗୁଜୁରାଟରୁ ୟୁପି ଯାଉଥିବା ଏକ ଯାତ୍ରୀ ଭରା ବସ୍ ପଛ ପଟକୁ ଧକ୍କା ଦେଇଥିଲା ଟ୍ରକ୍। ଏହି ବସ୍ ଉତ୍ତରପ୍ରଦେଶର ମଥୁରାକୁ ଆସି ଆଗ୍ରା-ଜୟପୁର ରାଜପଥରେ ନଦବଇ ନିକଟରେ ଅଟକି ରହିଥିଲା।

 

ଖବର ଅନୁସାରେ, କିଛି ଯାତ୍ରୀ ରାଜସ୍ଥାନର ପୁଷ୍କରରୁ ଉତ୍ତର ପ୍ରଦେଶ ବୃନ୍ଦାବନକୁ ଏକ ବସ୍ ଯୋଗେ ଯାତ୍ରା କରୁଥିଲେ। ଅନ୍ତରା ଫ୍ଲାଏଓଭର ନିକଟରେ ଇନ୍ଧନ ସରିଯିବାରୁ ସେହିଠାରେ ବସ୍ ଅଟକି ରହିଥିଲା। ଡ୍ରାଇଭରଙ୍କ ସମେତ କିଛି ଯାତ୍ରୀ ଗାଡିରୁ ଓହ୍ଲାଇ ଫ୍ଲାଏଓଭର ନିକଟରେ ଛିଡା ହୋଇଥିଲେ। ଏହି ସମୟରେ ଏକ ଦ୍ରୁତଗତିରେ ଆସୁଥିବା ଟ୍ରକ୍ ସେମାନଙ୍କ ଉପରେ ମାଡି ଯାଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ୧୨ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନକୁ ପଠାଯାଇଥିବା ବେଳେ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।

 

Barsha

Recent Posts

କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ବ୍ରହ୍ମପୁର : ଗଞ୍ଜାମ ଗଜପତି ଜିଲ୍ଲା ସୀମାନ୍ତ କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ ।   ଅଳ୍ପକେ ବର୍ତ୍ତିଲେ ୪୦…

27 mins ago

କିସରେ ହେବ ସର୍ବବୃହତ ସାଇକେଲ ଭିଲୋ ଡ୍ରମ୍, ଖୁବ୍ ଶୀଘ୍ର ହେବ ଏହାର ଉଦଘାଟନ

ଭୁବନେଶ୍ୱର : କିଟ୍ ଓ କିସ୍ ହେଉଛି କ୍ରୀଡାର ହବ୍ । କିସରେ ଯୋଡି ହେବାକୁ ଯାଉଛି ସର୍ବବୃହତ ସାଇକେଲ…

1 hour ago

ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ : ତାରାପ୍ରସାଦ ବାହିନୀପତି

କେନ୍ୟୁଜ(ବ୍ୟୁରୋ) : ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି…

1 hour ago

ମନ୍ଦିର ପରିସରରୁ ମୟୁର, ଶାରୀ, ଶୁଆ ଉଦ୍ଧାର କଲେ ବନବିଭାଗ

ଭୁବନେଶ୍ୱର(କେନ୍ୟୁଜ୍‌): ଆଜିକାଲି ଘରେ ପକ୍ଷୀମାନଙ୍କୁ ପଞ୍ଜୁରୀରେ ରଖିବା ଏକ ପ୍ରକାର ଟ୍ରେଣ୍ଡ ପାଲଟିଗଲାଣି । ନିଜ ସଉକ ପାଇଁ କଥା…

2 hours ago

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍‌ର ତାଣ୍ଡବ, ମକ୍କାରେ ହଜ୍‌ ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍ ମୃତ୍ୟୁର ତଣ୍ଡବ ରଚିଛି । ରିପୋର୍ଟରୁ ଜଣାପଡ଼ିଛି, ଚଳିତ ବର୍ଷ ମକ୍କାରେ ହିଟ୍‌ ୱେଭ୍‌…

2 hours ago

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

3 hours ago