ଦେଶ ବିଦେଶ

ମହାରାଷ୍ଟ୍ର: ରାସାୟନିକ କାରଖାନାରେ ବଏଲର ଫାଟି ଭୟଙ୍କର ବିସ୍ଫୋରଣ, ୪ ମୃତ; ୩୦ ଆହତ

ମହାରାଷ୍ଟ୍ରର ଠାଣେ ଜିଲ୍ଲାରେ ଏକ ରାସାୟନିକ କାରଖାନାରେ ନିଆଁ ଲାଗିଥିବାର ଖବର ଆସିଛି । କାରଖାନା ଭିତରେ ବଏଲର ଫାଟିଯିବା କାରଣରୁ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଥିଲା । ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଅନେକ କିଲୋମିଟର ଅଞ୍ଚଳ ପର୍ଯ୍ୟନ୍ତ ଏହାର ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଥିଲା । ବିସ୍ଫୋରଣ ଓ ଅଗ୍ନିକାଣ୍ଡରେ ଏ ପର୍ଯ୍ୟନ୍ତ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏବେ ବି ଅନେକ ଲୋକ କାରଖାନା ଭିତରେ ଫସି ରହିଥିବା ଆଶଙ୍କା କରାଯାଉଛି ।

ସୂଚନା ମୁତାବକ, ଠାଣେର ଏମ୍‌ଆଇଡିସି ଅଞ୍ଚଳର ଫେଜ୍‌-୨ରେ ଥିବା ଓମେଗା ରାସାୟନିକ କାରଖାନାରେ ଏହି ବିସ୍ଫୋରଣ ଘଟିଛି । କର୍ମଚାରୀମାନେ କାରଖାନା ଭିତରେ କାମ କରୁଥିବା ବେଳେ ହଠାତ୍‌ ବିସ୍ଫୋରଣ ଘଟିଥିଲା । ବଏଲର୍‌ରେ ଯାନ୍ତ୍ରିକ ତ୍ରୁଟି ହେତୁ ଏହି ଘଟଣା ଘଟିଥିବା କୁହାଯାଉଛି । ବିସ୍ଫୋରଣ ଓ ନିଆଁ ଲାଗିବା ନେଇ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ।

ଅଗ୍ନିକାଣ୍ଡର ଖବର ପାଇବା ପରେ ପ୍ରଶାସନ ତୁରନ୍ତ ଚାରିଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳକୁ ପଠାଇଛି । ସେପଟେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମଧ୍ୟ ପୋଲିସ ଫୋର୍ସ ସହିତ ପହଞ୍ଚିଛନ୍ତି । ଅଗ୍ନିକାଣ୍ଡ ଯୋଗୁ କାରଖାନା ଭିତରୁ କଳା ଧୂଆଁ ଉପରକୁ ଉଠୁଛି, ଯାହା ଅନେକ କିଲୋମିଟର ଦୂରରୁ ଦେଖାଯାଉଛି । ଏହି ଧୂଆଁ ଦେଖି ଅନେକ ଲୋକ ଘଟଣାସ୍ଥଳରେ ରୁଣ୍ଡ ହୋଇଥିଲେ, ପରେ ପୋଲିସ ପହଞ୍ଚି ଭିଡ଼ ଏଡ଼ାଇଥିଲା ।

ତେବେ କୁହାଯାଉଛି ଯେ ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ କାରଖାନା ବାହାରେ ରଖାଯାଇଥିବା ଗାଡ଼ିର ଗ୍ଲାସ ଏବଂ ଏହା ଆଖପାଖ ବିଲ୍ଡିଂର କାଚ ଝରକାଗୁଡ଼ିକ ଭାଙ୍ଗି ଯାଇଛି ।

ଡେପୁଟି ସିଏମ୍ ଦେବେନ୍ଦ୍ର ଫଡନାଭିସ୍ ଏହି ପ୍ରସଙ୍ଗରେ କହିଛନ୍ତି ଯେ କାରଖାନା ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରାଯାଉଛି । ସେ ଏ ନେଇ ସ୍ଥାନୀୟ ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ଏବଂ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ କହିଛନ୍ତି । ଏନ୍‌ଡିଆର୍‌ଏଫ୍‌, ଟିଡିଆର୍‌ଏଫ୍‌ ଏବଂ ଅଗ୍ନିଶମ ବିଭାଗର ଉଦ୍ଧାରକାରୀ ଦଳ ପହଞ୍ଚିଛନ୍ତି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି ।

Roshni

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

5 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

16 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

24 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

40 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

49 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

58 mins ago