ଗୁଜରାଟ ଭରୁଚରେ ଥିବା କେମିକାଲ ଫ୍ଯାକ୍ଟ୍ରିରେ ବଡ ଧରଣର ବିସ୍ଫୋରଣ, ୧୫ କିମି ଯାଏଁ ଥରିଉଠିଲା ଅଞ୍ଚଳ, ୨୪ ଆହତ

ଗୁଜରାଟ: ଗୁଜରାଟର ଭରୁଚ ଜିଲ୍ଲାରେ ମଙ୍ଗଳବାର ଦିନ ଏକ ଫ୍ୟାକ୍ଟ୍ରିରେ ବଡ ଧରଣର ବିସ୍ଫୋରଣ ହୋଇଛି। ଝାଗାଡିଆ ସ୍ଥିତ କେମିକାଲ କମ୍ପାନୀରେ ୟୁପିଏଲ-୫ ପ୍ଲାଣ୍ଟରେ ବିସ୍ଫୋରଣ ଘଟିବା ସହ ନିଆଁ ଲାଗିଯାଇଛି । ଏହି ବିସ୍ଫୋରଣରେ ୨୪ ଜଣ ଆହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତ୍ରିରେ ଏହି ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା ।

ଘଟଣାସ୍ଥଳରେ ଦମକଳ ବାହିନୀ ପହଁଚି ନିଆକୁ ଆୟତ୍ତ କରିବାକୁ ପ୍ରୟାସ କରୁଛନ୍ତି । କମ୍ପାନୀର ସିଏମ ନାମକ ଏକ ପ୍ଲାଣ୍ଟରେ ଏହି ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣ ଏତେ ମାତ୍ରାରେ ଭୟଙ୍କର ଥିଲା ଯେ ୧୫ କିମି ଯାଏଁ ଏହାର ଶବ୍ଦ ଶୁଣିବାକୁ ମିଳିଥିଲା । ପାଖରେ ଥିବା ଗାଁ ଗୁଡିକରେ ଭୂମିକମ୍ପ ଭଳି ଝଟକା ଅନୁଭୂତ ହୋଇଥିଲା । ଲୋକମାନେ ଘରୁ ବାହାରକୁ ଚାଲି ଆସିଥିଲେ ।

ୟୁପିଏଲ କମ୍ପାନୀରେ ବିସ୍ଫୋରଣ ହେବା ପରେ ୨୪ ଜଣ କର୍ମଚାରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଭରୁଚ ଓ ବଦୋଦରା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ବିସ୍ଫୋରଣର କାରଣ ଏବେସୁଦ୍ଧା ସ୍ପଷ୍ଟ ହୋଇନାହିଁ । କିନ୍ତୁ ଦମକଳ ବାହିନୀ ନିଆଁକୁ ଆୟତ୍ତ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.