ଦେଶ ବିଦେଶ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ପ୍ରଧାନମନ୍ତ୍ରୀଙ୍କ ଜନସଭା ଡ୍ୟୁଟିରେ ଯାଉଥିବା ୬ ପୋଲିସ କର୍ମୀଙ୍କ ମୃତ୍ୟୁ

ରାଜସ୍ଥାନର ନାଗୌର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୬ ଜଣ ପୋଲିସ କର୍ମୀଙ୍କ ମୃତ୍ୟୁ ହୋଇଛି । ସମସ୍ତେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସଭା ପାଇଁ ଡ୍ୟୁଟିରେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । କଣୁତା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ପୋଲିସ କାର୍‌ ସହିତ ଟାଟା ୪୦୭ ସହିତ ଧକ୍କା ହୋଇଥିଲା । ଏଥିରେ ଜଣେ ଏଏସଆଇ, ଜଣେ ହେଡ କନଷ୍ଟେବଳ ସହିତ ୬ ଜଣଙ୍କର ମୃତ୍ୟୁ ହୋଇଛି । ଆହତଙ୍କୁ ନାଗୌର ହସପିଟାଲକୁ ସ୍ଥାନାନ୍ତରଣ କରାଯାଇଛି ।

ଖବର ମୁତାବକ, ଚୁର ଜିଲ୍ଲା ତାରା ନଗରରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନସଭାକୁ ଯାଉଥିବା ଗାଡି ଦୁର୍ଘଟଣା ଘଟିଥିଲା । କଣୁତା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ପୋଲିସ କାର୍‌ ସହିତ ଟାଟା ୪୦୭ ସହିତ ଧକ୍କା ହୋଇଥିଲା । ଏଥିରେ ଜଣେ ଏଏସଆଇ, ଜଣେ ହେଡ କନଷ୍ଟେବଳ ସହିତ ୬ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ସକାଳ ୫.୩୦ରୁ ୬ଟା ଭିତରେ ହୋଇଥିବା ଜଣାପଡିଛି । ସମସ୍ତ ପୋଲିସ କର୍ମୀ ଖିଓ୍ଵସର ଥାନାରେ ବୋଲି କୁହାଯାଉଛି । ପୋଲିସ କର୍ମୀ ଯାଉଥିବା ଗାଡି ସଂପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି । ପୋଲିସ କାରକୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ ସାମ୍ନାରୁ ଧକ୍କା ଦେଇଥିଲା ।

ମୃତ ପୋଲିସ କର୍ମୀମାନେ ହେଲେ ଏଏସଆଇ ରାମଚନ୍ଦ୍ର, କନଷ୍ଟେବଳ କୁମ୍ଭାରାମ, ସୁରେଶ ମୀନା, ଥାନାରାମ ଏବଂ ମହେନ୍ଦ୍ର ବୋଲି ଜଣାପଡିଛି ।

ଏହି ଦୁର୍ଘଟଣାରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶୋକ ପ୍ରକାଶ କରିଛନ୍ତି । ଏହାଛଡା ପୋଲିସକର୍ମୀଙ୍କ ପରିଜନଙ୍କୁ ସମବେଦନା ଜଣାଇବା ସହିତ ଆହତଙ୍କୁ ଶୀଘ୍ର ସୁସ୍ଥ କାମନା କରିଛନ୍ତି ।

Swagatika

Recent Posts

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

24 mins ago

ଜୟପୁର ସହରରେ ପଡିଛି ଡାଇମଣ୍ଡ ସର୍କସ: ଜୋକରର କମେଡି ସାଙ୍ଗକୁ ଆଫ୍ରିକାନ କଳାକାରଙ୍କ ଶୋ ଲୋକଙ୍କ ମନ ଜିଣୁଛି

ଜୟପୁର(କେନ୍ୟୁଜ୍‌): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…

26 mins ago

ନିର୍ବାଚନୀ ପରବର୍ତ୍ତୀ ହିଂସା: ଇଭିଏମ ହେରଫେର ସନ୍ଦେହରେ ଗଣ୍ଡଗୋଳ ଅଭିଯୋଗ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳାରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ସ୍ୱାଧୀନ ପ୍ରାର୍ଥୀ ସମର୍ଥକଙ୍କ ଲଙ୍କାକାଣ୍ଡ ଅଭିଯୋଗ । …

32 mins ago

Realme ଲଞ୍ଚ କଲା ବଢ଼ିଆ ଫୋନ, ଦାମ ସହ ଫିଚର୍ସ ରହିଛି ଦମଦାର

Realme ଏକ ବଜେଟ୍ ଫ୍ରେଣ୍ଡଲି ସ୍ମାର୍ଟଫୋନ୍ ଲଞ୍ଚ କରିଛି । Realmeର ଏହି ବଜେଟ୍ ସ୍ମାର୍ଟଫୋନ୍ ସି ସିରିଜରେ ଲଞ୍ଚ…

59 mins ago

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

2 hours ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

2 hours ago