ଦେଶ ବିଦେଶ

କରୋନା ସଂକ୍ରମଣ : ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ସ୍ୱତନ୍ତ୍ର ସେଲ୍ ଗଠନ

ନୂଆଦିଲ୍ଲୀ : କରୋନା ଭୂତାଣୁ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଆଲୋଡନ ସୃଷ୍ଟି ହୋଇଛି ।  ବିଦେଶରେ ରହୁଥିବା ଭାରତୀୟଙ୍କ ସୁରକ୍ଷାକୁ ନିଶ୍ଚିତ କରିବାପାଇଁ କେନ୍ଦ୍ର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି ।

କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପ୍ରସଙ୍ଗ ସଂକ୍ରାନ୍ତୀୟ ସମନ୍ୱୟ ରକ୍ଷା ଲାଗି ଏକ ସ୍ୱତନ୍ତ୍ର ସେଲ୍ ଗଠନ କରାଯାଇଛି। ସମଗ୍ର ବିଶ୍ୱରେ ୫ ହଜାରରୁ ଅଧିକ ଲୋକଙ୍କରଏହି ଭୂତାଣୁ ସଂକ୍ରମଣରେ ଏପର୍ଯ୍ୟନ୍ତ  ମୃତ୍ୟୁ ଘଟିଲାଣି । ଭୂତାଣୁ ସଂକ୍ରମଣ ମୁକାବିଲାରେ ସମନ୍ୱୟ ରକ୍ଷା ଲାଗି ଅତିରିକ୍ତ ସଚିବ ଦାମ୍ମୁ ରବିଙ୍କୁ ମୁଖ୍ୟ ଅଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି।

ବିଦେଶରେ ଥିବା ଭାରତୀୟମାନଙ୍କୁ ଏ ସଂକ୍ରାନ୍ତ ସମସ୍ତ ପ୍ରଶ୍ନର ଉତ୍ତର ଦେବାଲାଗି ଭାରତୀୟ ମିଶନଗୁଡ଼ିକ ଦିନରାତି କାର୍ଯ୍ୟରତ ଅଛନ୍ତି । ମିଶନଗୁଡ଼ିକ ପକ୍ଷରୁ ହେଲ୍ପ୍ ଲାଇନ୍ ନମ୍ବର ଜାରି କରାଯାଇଛି । ସେହିପରି ଫୋନ୍, ଇ-ମେଲ୍ ଏବଂ ସାମାଜିକ ଗଣମାଧ୍ୟମ ଜରିଆରେ ବିଦେଶରେ ରହୁଥିବା ଭାରତୀୟ ସମୁଦାୟର ବ୍ୟକ୍ତିବିଶେଷଙ୍କ ପ୍ରଶ୍ନର ଉତ୍ତର ପ୍ରଦାନ କରାଯାଉଛି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର  ଓ  ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶ୍ରିଙ୍ଗ୍ଲା ବ୍ୟକ୍ତିଗତ ଭାବେ ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି ।

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

6 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

1 hour ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

2 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

3 hours ago