ଦେଶ ବିଦେଶ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ କରୋନା, ଟ୍ୱିଟ କରି ଦେଲେ ସୂଚନା

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ କରୋନା। କରୋନା ସଂକ୍ରମିତ ହେବା ପରେ ଦିଲ୍ଲୀପ ରାୟ ଆଇସୋଲେସନରେ ଅଛନ୍ତି। ଏ ନେଇ ସେ ନିଜେ ଟ୍ଵିଟରରେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଦିଲ୍ଲୀପ ରାୟ ଟ୍ୱିଟ କରି କହିଛନ୍ତି, ତାଙ୍କ ଠାରେ କରୋନାର ସ୍ୱଳ୍ପ ଲକ୍ଷଣ ଦେଖାଦେଇଥିଲା । ଏହାପରେ ସେ ଡାକ୍ତରଙ୍କ ପରାମର୍ଶରେ ଆଇସୋଲେସନ ଅଛନ୍ତି। ଏବେ ସାରା ଦେଶରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଯାଇଥିବାରୁ ସମସ୍ତେ କୋଭିଡ଼ ନିୟମ ପାଳନ କରିବାକୁ ଦିଲ୍ଲୀପ ରାୟ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାର ଆଉ ୧୮୯୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି, ଯାହା ମୋଟ ଆକ୍ରାନ୍ତଙ୍କ ୩୫.୨୬ ପ୍ରତିଶତ ।

ଆଜି ମୋଟ ପଜିଟିଭିଟି ରେଟ୍‌ ୨.୬୨ ପ୍ରତିଶତ ରହିଛି। ସୁନ୍ଦରଗଡ଼ରୁ ୨୬୨, କଟକରୁ ୧୪୮, ସମ୍ବଲପୁରରୁ ୧୨୫ ଏବଂ ବାଲେଶ୍ୱରରୁ ୧୦୦ ନୂଆ କେସ୍‌ ଚିହ୍ନଟ ହୋଇଛନ୍ତି। ୦ରୁ ୧୮ବର୍ଷ ମଧ୍ୟରେ ୨୫୮ ଆକ୍ରାନ୍ତ ରହିଛନ୍ତି । ଏଥିସହ ୫ ହଜାର ୭୩୯ ଆକ୍ଟିଭ୍‌ କେସ୍‌ ରହିଛି। ୨୪ ଘଣ୍ଟାରେ ୭୨ ହଜାର ୩୭୦ ଟେଷ୍ଟିଂ ହୋଇଛି। ପ୍ରକାଶ ଯେ ଗତକାଲି ରାଜ୍ୟରେ ୬୮ ହଜାର ୮୭୮ ଟେଷ୍ଟିଂ ହୋଇଥିଲା ଓ ୧ ହଜାର ୨୧୬ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେହିପରି ମୋଟ ପଜିଟିଭିଟି ରେଟ୍‌ ଥିଲା ୧.୭୬ ପ୍ରତିଶତ।

WCW 11

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

13 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

13 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago