Below header

ଦେଶଦ୍ରୋହ ମାମଲାରେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁସାରଫଙ୍କୁ ଫାଶୀ ଦଣ୍ଡାଦେଶ

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁସାରଫଙ୍କୁ ଫାଶୀ ଦଣ୍ଡାଦେଶ। ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି ପାକିସ୍ତାନର ସ୍ୱତନ୍ତ୍ର କୋର୍ଟ। ଦେଶଦ୍ରୋହ ମାମଲାରେ ପେଶାୱର କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି । ୨୦୦୭ ନଭେମ୍ବର ୩ ତାରିଖରେ ପାକିସ୍ତାନରେ ଜରୁରୀକାଳିନ ପରିସ୍ଥିତି ଜାରି କରିଥିଲେ ମୁସାରଫ। ଏନେଇ ୨୦୧୩ ଡିସେମ୍ବରରେ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଥିଲା। ୨୦୧୪ ମାର୍ଚ୍ଚ ୩୧ତାରିଖରେ ମୁସାରଫଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତିଙ୍କ ବିରୋଧରେ ପେଶାଓ୍ଵାର ଉଚ୍ଚ ନ୍ୟାୟାଳୟଙ୍କ ମୁଖ୍ୟ ବିଚାରପତିଙ୍କ ନେତୃତ୍ୱାଧୀନ ସ୍ୱତନ୍ତ୍ର ଅଦାଲତଙ୍କ ତିନି ଜଣିଆ ଖଣ୍ଡପୀଠ ଶୁଣାଣି କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.