ପଞ୍ଚଭୂତରେ ବିଲୀନ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେଲା ଶେଷକୃତ୍ୟ

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ନିଗମ ବୋଧ ଘାଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସଂସ୍କାର କରାଯାଇଛି । ଝିଅ ଦେଲେ ମୁଖାଗ୍ନି । ଶିଖ ରୀତିନୀତି ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ପରିବାର ଓ ପ୍ରଶଂସକଙ୍କ ଉପସ୍ଥିତିରେ ମନମୋହନଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।  ନିଗମବୋଧ ଘାଟରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମେତ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧି, ନେତା ରାହୁଲ ଗାନ୍ଧି ଏବଂ ମଲ୍ଲିକାର୍ଜୁନ ଖଡଗେଙ୍କ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି । ଶେଷକୃତ୍ୟ ସମୟରେ ୩ ସେନା ପକ୍ଷରୁ ସଲାମୀ ଦିଆଯାଇଛି । ଡ. ମନମୋହନ ସିଂହଙ୍କୁ ଶେଷ ଦର୍ଶନ କଲେ ଭୁଟାନ ରାଜା । ଅନ୍ତିମ ସଂସ୍କାରରେ ଆମେରିକା, ବ୍ରିଟେନ, ଫ୍ରାନ୍ସ, ରୁଷିଆର ପ୍ରତିନିଧି ସାମିଲ ହୋଇଥିଲେ ।

ସୂଚନାଯୋଗ୍ୟ, ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ପରଲୋକ ହୋଇଥିଲା । ତାଙ୍କ ପାର୍ଥିବ ଶରୀର ଦିଲ୍ଲୀର ମୋତିଲାଲ ନେହରୁ ରୋଡ ସ୍ଥିତ ଆବାସରେ ରଖାଯାଇଛି ।  ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିୟୋଗରେ କେନ୍ଦ୍ର ସରକାର ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି । ଆସନ୍ତାକାଲି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମହମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।

୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ୧୦ ବର୍ଷ ଧରି ୟୁପିଏ ସରକାର ଅମଳରେ ସେ ପ୍ରଧାନମନ୍ତ୍ରୀ ଥିଲେ । ୧୯୯୮ରୁ ୨୦୦୪ ଯାଏ ଶ୍ରୀ ମହମୋହନ ସିଂହ ରାଜ୍ୟସଭାରେ ବିରୋଧୀ ଦଳ ମୁଖ୍ୟ ଭାବେ କାମ କରିଥିଲେ । ଚଳିତ ବର୍ଷ ସେ ରାଜ୍ୟସଭାରୁ ଅବସର ନେଇଥିଲେ ।