ଦେଶ ବିଦେଶ

ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ୱାମୀ ଦେବୀସିଂହ ଶେଖାଓ୍ଵତ୍‌ଙ୍କ ପରଲୋକ, କିଛି ଦିନ ତଳେ ହୃଦ୍‌ଘାତ ଯୋଗୁ ହସ୍ପିଟାଲରେ ହୋଇଥିଲେ ଭର୍ତ୍ତି

ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ୱାମୀ ଦେବୀସିଂହ ଶେଖାଓ୍ଵତ୍‌ଙ୍କର ୮୯ ବର୍ଷ ବୟସରେ ହୃଦ୍‌ଘାତରେ ପରଲୋକ ଘଟିଛି। ପୁଣେର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତିଙ୍କ ପରିବାର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। କିଛି ଦିନ ତଳେ ଶେଖାଓ୍ଵତ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସୂତ୍ରରୁ ଜଣାପଡ଼ିଛି ଯେ ହାର୍ଟ ଆଟାକ୍‌ରେ ଆଜି ସକାଳେ ତାଙ୍କର ନିଧନ ହୋଇଛି। ପରିବାରରେ ପତ୍ନୀ ପ୍ରତିଭା ପାଟିଲଙ୍କ ସହ ଦୁଇ ଝିଅପୁଅ ଅଛନ୍ତି। ଶେଖାଓ୍ଵତ୍‌ଙ୍କ ଅନ୍ତିମ ସଂସ୍କାର ପୁଣେରେ କରାଯିବ।

୧୨ ଫେବୃୟାରୀ ସକାଳେ ଦେବୀସିଂହ ଶେଖାଓ୍ଵତ୍‌ ପୁଣେ ସ୍ଥିତ ନିଜ ଘରର ଲନ୍‌ ବାହାରେ ପଡ଼ି ଯାଇଥିଲେ। ତାଙ୍କର ସର୍ଜରୀ କରାଯାଇଥିଲା। ହେଲେ ପରେ ଉଚ୍ଚ ରକ୍ତଚାପ, କିଡ୍‌ନୀ ନଷ୍ଟ ସମେତ ଅନେକ ଜଟିଳତା କାରଣରୁ ତାଙ୍କର ନିଧନ ହୋଇଛି।

Roshni

Recent Posts

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

12 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

29 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

1 hour ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

2 hours ago

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…

2 hours ago

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।  ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ…

2 hours ago