ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ ଅସୁସ୍ଥ, ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଛି । ଗତକାଲି ରାତିରୁ ମନମୋହନ ସିଂହଙ୍କୁ ଏମ୍‌ସର କାର୍ଡିଓ-ଥେରୋସିକ୍‌ କ୍ୱାର୍ଡରେ ଭର୍ତ୍ତି କରାଯାଇଛି । ଏମ୍‌ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି ।

m.singସୂଚନା ଅନୁସାରେ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ଭଲ ଅଛି । ତାଙ୍କ ସ୍ୱାସ୍ଥ୍ୟ ଖରାପ ଜଣାପଡ଼ିବା ପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ, ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ, ଜମ୍ମୁ କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମାର ଅବଦୁଲ୍ଲା ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ୨୦୦୯ରେ ଏମ୍‌ସରେ ମନମୋହନ ସିଂହଙ୍କ ଅସ୍ତ୍ରୋପଚାର ହୋଇଥିଲା । ଏହା ପରଠାରୁ ସେ ସ୍ୱାଭାବିକ ଜୀବନ ବିତାଉଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.