Below header

ଟାଟା ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ସାଇରସ୍ ମିସ୍ତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ

ଶିଳ୍ପପତି ତଥା ଟାଟା ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ସାଇରସ୍ ମିସ୍ତ୍ରୀ ରବିବାର ମୁମ୍ବାଇ ନିକଟରେ ଏକ କାର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଖବର ମୁତାବକ, ପାଲଘର ପୋଲିସ ଅଧୀକ୍ଷକ ଏହି ଦୁର୍ଘଟଣାରେ ସାଇରସ୍ ମିସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ଖବରକୁ ନିଶ୍ଚିତ କରିଛନ୍ତି।

ରିପୋର୍ଟରେ କୁହାଯାଇଛି ଯେ ମିସ୍ତ୍ରୀଙ୍କ କାର୍‌ ରାସ୍ତାରେ ଥିବା ଡିଭାଇଡରକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ପ୍ରାଣବାୟୁ ଉଡ଼ି ଯାଇଥିଲା। ଗୁଜରାଟର ଅହମ୍ମଦାବାଦରୁ ଫେରୁଥିବା ବେଳେ ମୁମ୍ବାଇ ନିକଟ ପାଲଘରରେ ସେ ଦୁର୍ଘଟଣାର ଶିକାର ହୋଇଥିଲେ।

ମିସ୍ତ୍ରୀ ଅହମ୍ମଦାବାଦରୁ ମୁମ୍ବାଇ ଯାଉଥିଲେ। ହଠାତ୍‌ ଏହି ସମୟରେ ତାଙ୍କ କାର ଡିଭାଇଡରକୁ ଶକ୍ତ ଧକ୍କା ଦେଇଥିଲା। କାରରେ ୪ ଜଣ ଥିଲେ, ସେମାନଙ୍କ ମଧ୍ୟରୁ ମିସ୍ତ୍ରୀଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଗୁଜରାଟର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ରିପୋର୍ଟ ମୁତାବକ, ମିସ୍ତ୍ରୀ ମର୍ସିଡିଜ୍ କାରରେ ଯାତ୍ରା କରୁଥିଲେ। ଏହି ଦୁର୍ଘଟଣା ବିଳମ୍ବିତ ରାତି ପ୍ରାୟ ୩ଟା ୧୫ ମିନିଟ୍‌ରେ ଘଟିଛି। ସେଠାରେ ସୂର୍ଯ୍ୟ ନଦୀ ଉପରେ ଥିବା ଏକ ବ୍ରିଜରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.