୮୯ ବର୍ଷ ବୟସରେ ଆଖି ବୁଜିଲେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ

କେନ୍ୟୁଜ୍(ବ୍ୟୁରୋ):  ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂହଙ୍କର ୮୯ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଜୁଲାଇ ୪ ରେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ମେଡିକାଲ କଲେଜରେ ଇଣ୍ଟେନ୍ସିଭ୍ କେୟାର ୟୁନିଟ୍ (ଆଇସିୟୁ)ରେ  ଭର୍ତ୍ତି କରାଯାଇଥିଲା। ସେପସିସ୍ ଏବଂ ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ କାମ ନକରିବାରୁ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ ତରଫରୁ ସୂଚନା ମିଳିଛି।

ଏହାପୂର୍ବରୁ ସେ ଏଠାରେ ଥିବା  ଡ. ରାମ ମନୋହର ଲୋହିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସରେ ଚିକିତ୍ସିତ ହେଉଥିଲେ।

Leave A Reply

Your email address will not be published.