ଦେଶ ବିଦେଶ

ପାଗଳ କଲା ଶାଳି ନିଶା, ବାହା ହେବାକୁ ମନା କରିବାରୁ ଶାଳି ଉପରକୁ ଏସିଡ୍‌ ଫିଙ୍ଗିଲା ଭିଣୋଇ

ଶାଳିକୁ ବାହା ହେବା ନିଶା ବିଫଳ ହେବାରୁ ଏସିଡ୍‌ ମାଡ଼ କଲା ଭିଣୋଇ। ବାହା ହେବାକୁ ମନା କରିବାରୁ ଭିଣୋଇର ଆକ୍ରୋଶର ଶିକାର ହେଲେ ଶାଳି। ରାତିରେ ଶୋଇଥିବା ବେଳେ ବ୍ୟକ୍ତି ଜଣଙ୍କ ଏପରି ଉନ୍ମକ୍ତ କାଣ୍ଡ କରିଥିବା ଖବର ରହିଛି।

ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଗାଜିଆବାଦର ମୁରାଦନଗର ଅଞ୍ଚଳରେ। ଏଠାରେ ଜଣେ ଯୁବତୀଙ୍କ ଉପରକୁ ଏସିଡ୍ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ରାତିରେ ଶୋଇଥିବା ବେଳେ ଯୁବତୀଙ୍କ ଉପରେ ଏସିଡ୍ ଫିଙ୍ଗି ଫେରାର ହୋଇଯାଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ନିଜ ଭିଣୋଇ । ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ତାଙ୍କ ମୁହଁ ସଂପୂର୍ଣ୍ଣ ଭାବେ ଜଳିଯାଇଛି ଏବଂ ସେ ସଙ୍କଟାପନ୍ନ ଥିବା ଡାକ୍ତର ସୂଚନା ଦେଇଛନ୍ତି । ଘଟଣାର ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତକୁ କାବୁ କରିଛି ପୋଲିସ ।

ଗାଜିଆବାଦ ପୋଲିସ ଅଧିକାରୀ କହିଛନ୍ତି ଯେ ଅଭିଯୁକ୍ତ ଜଣକ ମେରଠ ଅଞ୍ଚଳର ହୋଇଥିବାବେଳେ ପୀଡିତାଙ୍କ ଭଉଣୀ ସହିତ ଗତ ୬ ମାସ ତଳେ ବିବାହ ହୋଇଥିଲା। ବିବାହର କିଛି ଦିନ ପରେ ନିଜ ଶାଳିକୁ ମନେ ମନେ ଭଲ ପାଇ ବସିଥିଲା ଅଭିଯୁକ୍ତ ଭିଣୋଇ। ବାରମ୍ବାର ପ୍ରେମ ନିବେଦନ କରୁଥିଲା କିନ୍ତୁ ଏହାକୁ ପ୍ରତ୍ୟାଖ୍ୟାନ କରିଦେଉଥିଲେ ପୀଡିତା ଶାଳି। କିଛି ଦିନ ତଳେ ପୀଡିତାଙ୍କ ବିବାହ ଠିକ ହୋଇଯାଇଥିଲା । ଏହାକୁ ସହିପାରିନଥିଲା ଅଭିଯୁକ୍ତ ଭିଣୋଇ।

ଶାଳିର ବିବାହ ଅନ୍ୟ ସ୍ଥାନରେ ଠିକ ହୋଇଯାଇଥିବା ଜାଣିବା ପରେ ପ୍ରତିଶୋଧ ପରାୟଣ ହୋଇପଡିଥିଲା ଭିଣୋଇ। ରାତିରେ ସମସ୍ତେ ଶୋଇଥିବା ବେଳେ ପୂର୍ବ ଯୋଜନା ମୁତାବକ ଶାଳିଙ୍କ ଉପରେ ଏସିଡ୍ ମାଡ କରି ଫେରାର ହୋଇଯାଇଥିଲା ଅଭିଯୁକ୍ତ। ତେବେ ପୋଲିସ ଅଭିଯୁକ୍ତ ଭିଣୋଇକୁ ଗିରଫ କରି ଜେଲରେ ଭର୍ତ୍ତି କରିବା ସହିତ ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଭିଣୋଇର ଆକ୍ରୋଶର ଶିକାର ହୋଇଥିବା ଶାଳି ଜୀବନ ମରଣ ସହ ସଂଗ୍ରାମ କରୁଛି। ହସପିଟାଲରେ ପ୍ରତି ମୂହୁର୍ତ୍ତରେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ପୀଡିତା ଶାଳି।

Pritiparna

Recent Posts

ଜୁନ ୨୦ରେ ଲଞ୍ଚ ହେବାକୁ ଯାଉଛି Realme GT 6, ଡିଜାଇନ୍ ଦେଖିଲେ କହିବେ ‘Wow’

ଗତ ମାସରେ ଭାରତରେ Realme GT 6T ଲଞ୍ଚ କରାଯାଇଥିଲା । ରିୟଲମି ଚଳିତ ମାସରେ ଜିଟି ସିରିଜର ଆଉ…

4 mins ago

ଗାଁର ଚାରି ଆଡେ଼ ଘେରି ରହିଛି ନାଳ, ବର୍ଷା ଦିନେ ଜଳବନ୍ଦୀ ଜୀବନ କାଟନ୍ତି ଏହି ଗ୍ରାମବାସୀ

ସୁନ୍ଦରଗଡ(କେନ୍ୟୁଜ୍): ଭାରତ ସ୍ୱାଧୀନତାକୁ ବିତି ସାରିଲାଣି ୭୪ବର୍ଷ । ଏହି ୭୪ ବର୍ଷରେ ଆସିଛନ୍ତି ଅନେକ ସରକାର । କରିଛନ୍ତି…

5 mins ago

ପ୍ୟାରିସରୁ ମୁମ୍ବାଇ ଆସୁଥିବା ବିମାନରେ ବୋମା ଆତଙ୍କ, ଜରୁରୀକାଳୀନ ଅବତରଣ କଲା ଭିସ୍ତାରା ବିମାନ

ପ୍ୟାରିସରୁ ମୁମ୍ବାଇ ଆସୁଥିବା ଭିସ୍ତାରା ବିମାନରେ ବୋମା ଆତଙ୍କ । ଏହି ଖବର ପ୍ରସାରିତ ହେବା ପରେ ଆତଙ୍କ ସୃଷ୍ଟି…

6 mins ago

ଫ୍ୟାନକୁ ଡେଟ୍ କରିବାକୁ ଚାହୁଁଛନ୍ତି କାର୍ତ୍ତିକ ଆର୍ଯ୍ୟନ୍! ଫିମେଲ୍ ଫ୍ୟାନ୍ସଙ୍କର ଲାଗିଲା ଲଟେରୀ

କାର୍ତ୍ତିକ ଆର୍ଯ୍ୟନ୍ ତାଙ୍କ ଆଗାମୀ ଫିଲ୍ମ 'ଚନ୍ଦୁ ଚାମ୍ପିଅନ୍'କୁ ନେଇ ଆଜିକାଲି ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଫିଲ୍ମରୁ…

46 mins ago

ସ୍ୱପ୍ନାଦେଶ ପରେ ମା’ଙ୍କ ନାମକରଣ ହୋଇଥିଲା ସୁବର୍ଣ୍ଣରେଖା, ଏବେ ଚାଲିଛି ଠାକୁରାଣୀଙ୍କ ଯାତ୍ରା

ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…

58 mins ago

କଂସା ବାସନର ଉପକାରିତା କହିଲେ ନସରେ: ଠାକୁରଙ୍କ ପାଇଁ ଭୋଗ ବାଢ଼ିବା ହେଉ କି ଜ୍ୱାଇଁ ଚର୍ଚ୍ଚା ସବୁଠି ଦରକାର

ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…

1 hour ago