ଦେଶ ବିଦେଶ

ଭାରତର ନୂଆ CAG ଭାବେ ଶପଥ ନେଲେ ଗିରିଶ ଚନ୍ଦ୍ର ମୁର୍ମୁ, ଉତ୍ସବରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସହ ଉପସ୍ଥିତି ଥିଲେ ବହୁ ବିଶିଷ୍ଟ ବ୍ଯକ୍ତି

ନୂଆଦିଲ୍ଲୀ: ଭାରତର ନୂଆ CAG ଭାବେ ଶପଥ ନେଲେ ଗିରିଶ ଚନ୍ଦ୍ର ମୁର୍ମୁ । ତାଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥପାଠ କରାଇଛନ୍ତି । ଶପଥ ପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ । ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ମଧ୍ୟ ଉପସ୍ଥିତ ଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସମାରୋହରେ ଉପସ୍ଥିତ ଥିଲେ । ଏହାପରେ ତାଙ୍କୁ ସିଏଜି ଭାବେ ଅବସ୍ଥାପିତ କରାଯାଇଛି ।

ଶପଥପାଠ ପରେ ସିଏଜି କାର୍ଯ୍ୟାଳୟରେ ପହଁଚିଥିଲେ । ମହାତ୍ମା ଗାନ୍ଧି ଓ ବି ଆର ଆମ୍ବେଦକରଙ୍କ ପ୍ରତିମୁର୍ତ୍ତୀ ନିକଟରେ ପ୍ରାର୍ଥନା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସେ ରାଜୀବ ମହର୍ଷିଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୮୫ ବ୍ୟାଚ ଆଇଏଏସ ଅଫିସର ଗିରିଶ ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ପଦରୁ ୫ ତାରିଖରେ ଇସ୍ତଫା ଦେଇଥିଲେ । ଗିରିଶ ଚନ୍ଦ୍ର ମୁର୍ମୁ ଓଡ଼ିଶାର ମୟୁରଭଞ୍ଜ ମାଟିର ସନ୍ତାନ । ସେ କେନ୍ଦ୍ର ସରକାରଙ୍କ ବିଭିନ୍ନ ପଦପଦବୀରେ ଅବସ୍ଥାପିତ ହୋଇ ସଫଳତାର ସହ କାର୍ଯ୍ୟ ତୁଲାଇଛନ୍ତି।

Sonalisa

Recent Posts

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

2 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

5 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

11 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

26 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

1 hour ago