ଦେଶ ବିଦେଶ

ମଥୁରାରୁ ଦର୍ଶନ ସାରି ଫେରୁଥିଲେ, ଚଳନ୍ତା ବସ୍‌ରେ ଲାଗିଲା ନିଆଁ; ୮ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ଜଳିଗଲା ଟୁରିଷ୍ଟ ବସ୍ । ଗାଡ଼ିରେ ନିଆଁ ଲାଗି ୮ ଜୀବନ୍ତ ଦଗ୍ଧ  । ୨୪ ଗୁରୁତର ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ସମସ୍ତଙ୍କର ଚିକିତ୍ସା ଜାରି ରହିଛି । ହରିୟାଣାର ନୁହ ଅଞ୍ଚଳରେ ଏହି ଅଘଟଣ ଘଟିଛି। ବସରେ ମୋଟ୍ ୬୦ ଜଣ ତୀର୍ଥଯାତ୍ରୀ ଥିଲେ। ଗତକାଲି ରାତି ପ୍ରାୟ ୧ଟା ୩୦ରେ ଏହି ଅଘଟଣ ଘଟିଛି। ତେବେ ବସରେ କିପରି ନିଆଁ ଲାଗିଲା ସେନେଇ କାରଣ ଜଣାପଡିନି। ମଥୁରା ଓ ବୃନ୍ଦାବନରେ ଦର୍ଶନ ସାରି ଫେରୁଥିବା ବେଳେ ଏହି ଅଘଟଣ ଘଟିଥିବା ସୂଚନା ରହିଛି । ସମସ୍ତ ଆହତ ଓ ମୃତକ ଚଣ୍ଡିଗଡ ଓ ପଞ୍ଜାବର ହୋଇଥିବା ଜଣାପଡିଛି ।

ସୂଚନା ଅନୁଯାୟୀ, ଗତକାଲି (ଶୁକ୍ରବାର) ବିଳମ୍ବିତ ରାତିରେ ହରିୟାଣାର ନୁହ ଜିଲ୍ଲାରେ କୁଣ୍ଡଲୀ ମାନେସର ପଲଓ୍ବଲ ଏକ୍ସପ୍ରେସ ଓ୍ବେରେ ଏକ ଚଳନ୍ତା ଟୁରିଷ୍ଟ ବସରେ ଅଚାନକ ନିଆଁ ଲାଗିଯାଇଥିଲା । ନିଆଁ ଏତେ ଭୟଙ୍କର ଥିଲା ଯେ ଦେଖୁ ଦେଖୁ ସମ୍ପୂର୍ଣ୍ଣ ବସଟି ନିଆଁର କବଳରେ ଆସି ଜଳି ପୋଡି ପାଉଁଶ ହୋଇଯାଇଥିଲା । ଏଥିରେ ୮ ଜଣ ଶ୍ରଦ୍ଧାଳୁ ନିଆଁର କବଳରେ ଆସି ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୨୪ ଜଣ ପୋଡି ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ୍‌ ଓ ଅଗ୍ନିଶମ ବିଭାଗ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ବହୁ ଘଣ୍ଟାର ପରିଶ୍ରମ ପରେ ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ ହୋଇଥିଲେ। ଏହାପରେ ଗାଡ଼ି ଭିତରୁ ମୃତଦେହଗୁଡ଼ିକୁ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ସେମାନେ ବିଲରେ କାମ କରୁଥିବା ବେଳେ ବିଳମ୍ବିତ ରାତିର ପାଖାପାଖି ୧.୩୦ ସୁଦ୍ଧା ରାସ୍ତାରେ ଏକ ଚଳନ୍ତା ବସର ପଛପଟେ ନିଆଁ ଲାଗିଯାଇଥିବା ଦେଖିଥିଲେ । ସେମାନେ ଡ୍ରାଇଭରକୁ ହାତ ହଲାଇ ବସ ରୋକିବାକୁ କହିଥିଲେ ହେଲେ ବସ ଡ୍ରାଇଭର ତାଙ୍କ କଥା ଶୁଣିପାରିନଥିଲେ । ଏହାପରେ କିଛି ଯୁବକ ବାଇକ୍‌ରେ ବସ୍‌ ପିଛା କରି ଚାଳକଙ୍କୁ ଖବର ଦେବାରୁ ସେ ତୁରନ୍ତ ବସ୍‌ଟିକୁ ଅଟକାଇଥିଲେ। ମାତ୍ର ସେତେବେଳକୁ ବସ୍‌ରେ ନିଆଁ ବ୍ୟାପି ଯାଇଥିଲା।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago