ଦେଶ ବିଦେଶ

ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଆଶଙ୍କା, ହଜାର ହଜାର ଲୋକେ ବାସହରା, ଏସଡିଆରଏଫ ଟିମ୍‌ ନିୟୋଜିତ

ଗୁଜୁରାଟରେ ପ୍ରବଳ ବର୍ଷା ବନ୍ୟା ପରିସ୍ଥିତି ଆଣିଛି । ପ୍ରବଳ ବର୍ଷା ଯୋଗୁଁ କିଛି ଅଞ୍ଚଳରେ ଲୋକଙ୍କ ସମସ୍ୟା ବଢିବାରେ ଲାଗିଛି । ରବିବାର ପ୍ରବଳ ବର୍ଷା ଯୋଗୁଁ ନର୍ମଦା ଏବଂ ଅନ୍ୟ ନଦୀର ଜଳସ୍ତର ବଢି ଲୋକଙ୍କ ଦୁର୍ଦ୍ଦଶା ବଢାଇଛି । ଗୁଜରାଟରେ ୫ ଜିଲ୍ଲାରେ ପାଖାପାଖି ୧୦ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି । ହଜାର ହଜାର ଲୋକ ବାସହରା ହୋଇଛନ୍ତି । ବନ୍ୟା ସ୍ଥିତି ଦେଖି ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଛି । ଦୁଇ ଦିନ ପାଇଁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗ ପଞ୍ଚମହଲ, ଦାହୋଦ, ଖେଡା, ଅରାବଲୀ, ମାହିସାଗର, ବନାସକାଣ୍ଠା ଏବଂ ସାବରାକାଣ୍ଠାରେ ରେଡ ଆଲର୍ଟ ଜାରି ହୋଇଛି । ଆସନ୍ତା ଗୁରୁବାର ଯାଏଁ ଗୁଜରାଟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଆଶଙ୍କା କରାଯାଇଛି ।

ଅହମଦାବାଦରେ ରବିବାର ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୭୬ ମିମି ବର୍ଷା ରେକର୍ଡ ହୋଇଛି । ବିଭିନ୍ନ ଅଞ୍ଚଳରେ ବର୍ଷା ଜଳ ଭରି ରହିଛି । ତେବେ ସାବଧାନତା ଅବଲମ୍ବନ କରିବା ପାଇଁ ପ୍ରଶାସନ ପକ୍ଷରୁ କୁହାଯାଇଛି । ପ୍ରବଳ ବର୍ଷା ଯୋଗୁଁ ଅନେକ ଟ୍ରେନ ମଧ୍ୟପ୍ରଭାବିତ ହୋଇଛି । ଆଉ କିଛି ଟ୍ରେନକୁ ଡାଇଭର୍ଟ କରାଯାଇଛି ।

ପ୍ରବଳ ବର୍ଷା ଯୋଗୁଁ ନର୍ମଦା ନଦୀ ବନ୍ଧରୁ ପାଣି ଛଡାଯାଇଛି । ଆଉ ନିକଟରେ ଥିବା ଗାଁ ଗୁଡିକରେ ବନ୍ୟା ଆଶଙ୍କା କରାଯାଇ ଜିଲ୍ଲା ପ୍ରଶାସନ ପକ୍ଷରୁ ୨ ଦିନ ଯାଏ ସ୍କୁଲ କଲେଜକୁ ବନ୍ଦ ରଖିବାକୁ ଆଦେଶ ଦିଆଯାଇଛି । ନର୍ମଦାରେ ଜଳସ୍ତର ବୃଦ୍ଧି ହେତୁ ଏସଡିଆରଏଫ ଟିମକୁ ନିୟୋଜିତ କରାଯାଇଛି । ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ଆକାଶରୁ ସର୍ବେକ୍ଷଣ କରିଛନ୍ତି ।

Swagatika

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago