Below header

ଆସାମର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା, ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ଆସାମର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା। ଗୌହାଟିର ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ରରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଜଗଦୀଶ ମୁଖୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ସମାରୋହରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ, ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମା, ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ଉପସ୍ଥିତ ଥିଲେ। ବିରୋଧୀ ଦଳ ନେତା ମଧ୍ୟ ଶପଥଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ ।

aasaam

ହିମନ୍ତଙ୍କ କ୍ୟାବିନେଟର ୧୩ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ସୋନୋଓ୍ଵାଲଙ୍କ ୧୭ ଜଣିଆ ବ୍ୟାବିନେଟ୍‌ରୁ ୭ ଜଣଙ୍କୁ ନୂଆ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଛି । ଶପଥ ନେବା ପରେ ହିମନ୍ତ ବିଶ୍ୱଶର୍ମାଙ୍କୁ ଶୁଭେଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ। ଏହି ଟିମ୍‌ ଆସାମର ବିକାଶ ଯାତ୍ରାକୁ ଗତିଶୀଳ କରାଇବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.