ଦେଶ ବିଦେଶ

ହିମାଚଳ ପ୍ରଦେଶରେ ଭୟଙ୍କର ଭୂସ୍ଖଳନ: ପାହାଡ଼ରୁ ଖସିଲା ବିରାଟ ବିରାଟ ପଥର, ୯ ମୃତ; ଦେଖନ୍ତୁ ଲାଇଭ୍‌ ଭିଡିଓ

ହିମାଚଳ ପ୍ରଦେଶର କିନ୍ନୌର ଠାରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏହା ପ୍ରଭାବରେ ସାଂଗଲା ଘାଟିରେ ପୋଲ ଭାଙ୍ଗି ୯ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସୂଚନା ଦେବା ଅବସରରେ କିନ୍ନୌର ଜିଲ୍ଲାର ଏସ୍‌ପି ସାଜୁ ରାମ ରାଣା କହିଛନ୍ତି ଯେ ଏହି ପ୍ରାକୃତିକ ବିପର୍ଯ୍ୟୟରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି। ଏବେ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ସୂଚନା ଦେଇଛନ୍ତି ଏସ୍‌ପି।

ଦେଖନ୍ତୁ ଭିଡିଓ:

ରିପୋର୍ଟ ମୁତାବକ, ସାଂଗଲା ଯାଉଥିବା ପର୍ଯ୍ୟଟକଙ୍କର ଏକ ଗାଡ଼ି ଲ୍ୟାଣ୍ଡସ୍ଲାଇଡ୍‌ ତଳକୁ ଆସିଯାଇଥିଲା। ଫଳରେ ଚାପି ହୋଇ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏହି ପର୍ଯ୍ୟଟକମାନେ ଛତିଶଗଡ଼ର ବୋଲି କୁହାଯାଉଛି। ଏହି ଭୂସ୍ଖଳନ ଯୋଗୁ ପୋଲଟି ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛି। ସେଠାରେ ଚାଲିଥିବା କନ୍‌ଷ୍ଟ୍ରକସନ୍‌ କାମ ମଧ୍ୟ ଗଭୀର ପ୍ରଭାବିତ ହୋଇଛି। ସେଠାରେ ଉପସ୍ଥିତ ଲୋକେ ଏହି ଘଟଣାର ଭୟାବହ ଦୃଶ୍ୟକୁ ନିଜ କ୍ୟାମେରାରେ କଏଦ କରିଥିଲେ।

WCW 11

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

4 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

7 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

13 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

22 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

22 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

40 mins ago