ଆଜି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜେପି ପ୍ରାର୍ଥୀ ହିମନ୍ତ ବିଶ୍ୱ ସରମା

ବିଜେପି ନେତା ହିମନ୍ତ ବିଶ୍ୱ ସରମା ଆଜି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସରମା ରବିବାର ଦିନ ରାଜଭବନରେ ରାଜ୍ୟପାଳ ଜଗଦୀଶ ମୁଖୀଙ୍କୁ ସାକ୍ଷାତ କରି ସରକାର ଗଠନ ପାଇଁ ଦାବି ଜଣାଇଥିଲେ। ରାଜ୍ୟପାଳ ତାଙ୍କ ଦାବିକୁ ସ୍ୱୀକାର କରି ସରମାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରିଥିଲେ।

ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ରରେ ସୋମବାର ଦିନ ୧୨ ଟା ବେଳେ ରାଜ୍ୟପାଳ ସରମାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ତେବେ ସରମାଙ୍କ ସହ ଆଉ କେଉଁମାନେ ଆଜି ଶପଥ ନେବେ ସେ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ହେବା ନେଇ ସ୍ଥିର ହେବା ପରେ ହିମନ୍ତ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ ପ୍ରମୁଖଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.