ଦେଶ ବିଦେଶ

ଏବେ କୌଣସି ହୋଟେଲ କିମ୍ବା ରେସ୍ତୋରାଁ ଖାଦ୍ୟ ବିଲରେ ସେବା ଶୁଳ୍କ ଆଦାୟ କରିପାରିବେ ନାହିଁ : ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ

କେନ୍ୟୁଜ୍(ବ୍ୟୁରୋ): କୌଣସି ହୋଟେଲ କିମ୍ବା ରେସ୍ତୋରାଁ ସ୍ବତଃପ୍ରବୃତ ଭାବେ କିମ୍ବା ଭୁଲବଶତଃ ଖାଦ୍ୟ ବିଲ ଉପରେ ସେବା ଶୁଳ୍କ (ସର୍ଭିସ ଚାର୍ଜ) ଆଦାୟ କରିପାରିବେ ନାହିଁ ବୋଲି ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରି ଦିଆଯାଇଛି । ହୋଟେଲ ଓ ରେସ୍ତୋରାଁରେ ସେବା ଶୁଳ୍କ ଲାଗୁ କରିବା ସଂକ୍ରାନ୍ତରେ ଅନୁଚିତ ବ୍ୟବସାୟିକ କାର୍ଯ୍ୟ ପଦ୍ଧତି ଏବଂ ଉପଭୋକ୍ତା ଅଧିକାର ଉଲ୍ଲଙ୍ଘନ ରୋକିବାକୁ କେନ୍ଦ୍ର ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (ସିସିପିଏ) ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ।

କୌଣସି ଅନ୍ୟ ଶୁଳ୍କ ନାଁରେ ମଧ୍ୟ ସେବା ଶୁଳ୍କ ଆଦାୟ କରାଯାଇ ପାରିବ ନାହିଁ ବୋଲି ମାର୍ଗଦର୍ଶିକାରେ ସ୍ପଷ୍ଟ କରାଯାଇଛି । କୌଣସି ହୋଟେଲ କିମ୍ବା ରେସ୍ତୋରାଁ ଉପଭୋକ୍ତାଙ୍କୁ ସେବା ଶୁଳ୍କ ପଇଠ କରିବା ଲାଗି ବାଧ୍ୟ କରିବେ ନାହିଁ । ସେବା ଶୁଳ୍କ ଇଚ୍ଛାଧୀନ, ବିକଳ୍ପ ଏବଂ ଉପଭୋକ୍ତାଙ୍କ ଅଧିକାରଭୁକ୍ତ ବୋଲି ଉପଭୋକ୍ତାଙ୍କୁ ସ୍ପଷ୍ଟ ଭାବେ କୁହାଯିବ । ସେବା ଶୁଳ୍କ ସଂଗ୍ରହ ଆଧାରରେ ସେବାର ପ୍ରଦାନ ଏବଂ ବ୍ୟବସ୍ଥା କରିବା ଉପରେ କୌଣସି ପ୍ରତିବନ୍ଧ ଲାଗୁ କରାଯିବ ନାହିଁ । ସେବା ଶୁଳ୍କକୁ ଖାଦ୍ୟ ବିଲ ସହ ମିଶାଇ ଏବଂ ମୋଟ ଅର୍ଥରାଶି ଉପରେ ଜିଏସଟି ଲାଗୁ କରି ଏକତ୍ରିତ କରାଯିବ ନାହିଁ ।
କୌଣସି ହୋଟେଲ କିମ୍ବା ରେସ୍ତୋରାଁ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରୁଥିବା ଉପଭୋକ୍ତା ଦେଖିଲେ, ସମ୍ପୃକ୍ତ ହୋଟେଲ କିମ୍ବା ରେସ୍ତୋରାଁକୁ ବିଲ ପରିମାଣରୁ ସେବା ଶୁଳ୍କ ବାଦ୍ ଦେବାକୁ ଅନୁରୋଧ କରିପାରିବେ । ଏଥିସହିତ ଉପଭୋକ୍ତା ଜାତୀୟ ହେଲ୍ପଲାଇନ (ଏନସିଏଚ)ରେ ୧୯୧୫କୁ କଲ କରିପାରିବେ କିମ୍ବା ଏନସିଏଚ୍ ମୋବାଇଲ ଆପ୍ ମାଧ୍ୟମରେ ଅଭିଯୋଗ ଦାଖଲ କରିପାରିବେ । ମାମଲା ପୂର୍ବରୁ ବିକଳ୍ପ ବିବାଦ ସମାଧାନ ବ୍ୟବସ୍ଥା ଭାବେ ଏହା କାମ କରିଥାଏ ।

ଉପଭୋକ୍ତା ଅନୁଚିତ ବ୍ୟବସାୟ କାର୍ଯ୍ୟ ପଦ୍ଧତି ବିରୋଧରେ ଉପଭୋକ୍ତା ଆୟୋଗରେ ଅଭିଯୋଗ ମଧ୍ୟ ଦାଖଲ କରାଯାଇ ପାରିବ । ତୁରନ୍ତ ଏବଂ ପ୍ରଭାବୀ ଢଙ୍ଗରେ ଅଭିଯୋଗ ସମାଧାନ ଲାଗି ଇ-ଦାଖଲ ପୋର୍ଟାଲ www.e-daakhil.nic.in ମାଧ୍ୟମରେ ଇଲେକ୍ଟ୍ରୋନିକ ପଦ୍ଧତିରେ ଅଭିଯୋଗ ଦାଖଲ କରାଯାଇପାରିବ । ଏଥିସହିତ ଯାଞ୍ଚ ଏବଂ ସିସିପିଏ ଦ୍ବାରା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଲାଗି ଉପଭୋକ୍ତା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଦାଖଲ କରିପାରିବେ। ସିସିପିଏକୁ com-ccpa@nic.in. ଇ-ମେଲରେ ଅଭିଯୋଗ ପଠାଯାଇ ପାରିବ । ସେବା ଶୁଳ୍କ ଲାଗୁ କରିବା ସମ୍ପର୍କରେ ଉପଭୋକ୍ତାଙ୍କ ଦ୍ବାରା ଜାତୀୟ ଉପଭୋକ୍ତା ହେଲ୍ପଲାଇନ (ଏନସିଏଚ)ରେ ଅନେକ ଅଭିଯୋଗ ଦାଖଲ କରାଯାଇଛି । ରେସ୍ତୋରାଁଗୁଡ଼ିକ ବାଧ୍ୟତାମୂଳକ ଭାବେ ସେବା ଶୁଳ୍କ ଲାଗୁ କରିବା, ସ୍ବତଃପ୍ରବୃତ୍ତ ଭାବେ ବିଲରେ ସେବା ଶୁଳ୍କକୁ ଯୋଡ଼ିବା, ଏପରି ଶୁଳ୍କ ପଇଠ କରିବା ଇଚ୍ଛାଧୀନ, ବିକଳ୍ପ ଆଧାରିତ ବୋଲି ଗ୍ରାହକଙ୍କୁ ଠିକ୍ ଭାବେ ସଚେତନ ନକରିବା ଏବଂ ସେବା ଶୁଳ୍କ ପଇଠ କରିବାକୁ ରାଜି ନହେଲେ ଉପଭୋକ୍ତାଙ୍କୁ ଶୋଷଣ କରିବା ଭଳି ଅଭିଯୋଗ ଏଥିରେ ସାମିଲ ରହିଛି । ସେବା ଶୁଳ୍କ ସଂକ୍ରାନ୍ତ ବିଭିନ୍ନ ମାମଲାରେ ଉପଭୋକ୍ତା ଆୟୋଗ ଉପଭୋକ୍ତାଙ୍କ ସପକ୍ଷରେ ରାୟ ଶୁଣାଇଛନ୍ତି ଏବଂ ଏଭଳି ଶୁଳ୍କ ଆଦାୟକୁ ଅନୁଚିତ ବ୍ୟବସାୟିକ ପଦ୍ଧତି ଏବଂ ଉପଭୋକ୍ତାଙ୍କ ଅଧିକାର ଉଲ୍ଲଙ୍ଘନ ବୋଲି ଦର୍ଶାଇଛନ୍ତି ।

KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

27 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

58 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

1 hour ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

1 hour ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

1 hour ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago