Below header

ଆଇସିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା ବାତିଲ୍

ନୂଆଦିଲ୍ଲୀ: କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ବାତିଲ୍ ହେଲା ଆଇସିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା। ପ୍ରଥମେ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ପରୀକ୍ଷାକୁ ଅପସନାଲ୍ ଭାବେ ରଖାଯାଇଥିଲା । ଯେଉଁ ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉପସ୍ଥିତ ରହିବାକୁ ଚାହୁଁ ନାହାଁନ୍ତି ସେମାନଙ୍କ ପାଇଁ ସ୍ୱତନ୍ତ୍ର ମୂଲ୍ୟାୟନ ନୀତି ଆପଣାଇବା ପାଇଁ ବୋର୍ଡ କହିଥିଲା ।

ଏହାସହ ଯେଉଁମାନେ ପରୀକ୍ଷା ଦେବାକୁ ଚାହୁଁଛନ୍ତି ସେମାନେ ଦ୍ୱାଦଶ ଛାତ୍ରଙ୍କ ସହ ପରୀକ୍ଷାରେ ସାମିଲ ହୋଇପାରିବେ ବୋଲି ପ୍ରକାଶ ପାଇଥିଲା । ଏବେ କିନ୍ତୁ ଏହି ବୋର୍ଡ ପରୀକ୍ଷାକୁ ସମ୍ପୂର୍ଣ୍ଣ ରୂପେ ବାତିଲ କରାଯାଇଛି । ସେପଟେ ଦ୍ୱାଦଶ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ଏବେ ବି କାଏମ ରହିଛି। ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପରେ ଅଫଲାଇନରେ ଆୟୋଜିତ କରାଯିବ ବୋଲି ବୋର୍ଡ ତରଫରୁ କୁହାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.